ପ୍ରମୁଖ ଖବର

ଜିଲ୍ଲାପାଳମାନଙ୍କୁ ସିଏମ ମୋହନ ମାଝୀଙ୍କ ୯ଟି ଟାସ୍କ: ଦୁର୍ନୀତି ହଟାଅ, ସଚ୍ଚୋଟ ହୁଅ
ଜଗତସିଂହପୁରର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ନିକଟସ୍ଥ ଏକ ଘରୋଇ ମେସରୁ ମଙ୍ଗଳବାର ଦିନ ଜଣେ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୬ ମାଓବାଦୀ ନିହତ

ଆସନ୍ତାକାଲି ନାମାଙ୍କନ ଭରିବେ ନବୀନ

0

ଭୁବନେଶ୍ବର: ଆସନ୍ତାକାଲି ବିଜେଡିର ସଭାପତି ପ୍ରାର୍ଥୀ ଭାବେ ପୁଣି ପ୍ରାର୍ଥୀପତ୍ର ଦାଖଲ କରିବେ ନବୀନ ପଟ୍ଟନାୟକ। ଅନ୍ୟ କେହି ବିଜେଡି ସଭାପତି ପଦ ଲାଗି ନାମାଙ୍କନ ଭରିବାର ସମ୍ଭାବନା ନଥିବାରୁ ସେ ପୁଣି ଥରେ ବିଜେଡି ସଭାପତି ହେବା ନିଶ୍ଚିତ ବୋଲି କୁହାଯାଉଛି। ୧୯ ତାରିଖରେ ଘୋଷଣା ହେବ ନୂଆ ସଭାପତିଙ୍କ ନାଁ। ଖୁବ୍‌ ଶୀଘ୍ର ଘୋଷଣା ହେବ ରାଜ୍ୟ ପରିଷଦ ଓ କାର୍ଯ୍ୟକାରିଣୀ।

ଅନ୍ୟପକ୍ଷେ, ବିଜେଡିର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ବେଳେ , ମଙ୍ଗଳବାର ୧୮ଟି ଜିଲ୍ଲା ପାଇଁ ସଭାପତିଙ୍କ ନାମ ଘୋଷଣା ହୋଇଛି। ବିଜେଡିର ସାଗଂଠନିକ ନିର୍ବାଚନରେ ୩୩ ସାଗଂଠନିକ ଜିଲାରୁ ୧୮ଟି ଜିଲା ସଭାପତିଙ୍କ ନାଁ ଘୋଷଣା ହୋଇଛି। ଏହି ତାଲିକାରେ ବରିଷ୍ଠ ତଥା ଅଭିଜ୍ଞ ନେତାଙ୍କୁ ଗୁରୁତ୍ବ ଦିଆଯାଇଛି।

Leave A Reply

Your email address will not be published.