ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ଶବ ପରିବହନ ପାଇଁ କଲ ସେଣ୍ଟର ରହିବ

0

ଭୁବନେଶ୍ବର: ରାଜ୍ୟରେ ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍ ସେଣ୍ଟର। ୧୦୮ ଆମ୍ବୁଲାନ୍ସ ସେବା ଭଳି ରହିବ ଟୋଲ୍ ଫ୍ରି ନମ୍ବର। କଲ ସେଣ୍ଟର ମାଧ୍ୟମରେ ରୋଗୀ ପରିବାର ଓ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ମଧ୍ୟରେ ଉତ୍ତମ ସମନ୍ବୟ ସ୍ଥାପନ କରି ମୃତଦେହକୁ ଠିକ୍‌ ସମୟରେ ଏବଂ ସୁବିଧାରେ ନିର୍ଦ୍ଧାରିତ ସ୍ଥାନକୁ ପହଞ୍ଚା ଯାଇ ପାରିବ। ଏନେଇ ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରାରମ୍ଭିକ ଆଲୋଚନାରେ ଏହି ନିଷ୍ପତ୍ତି ହୋଇଛି।

ସରକାରୀ ହସ୍ପିଟାଲରେ ପ୍ରାଣ ହରାଇଲେ ମୃତ ଦେହକୁ ଘର କିମ୍ବା ଶ୍ମଶାନ ଯାଏଁ ନେବାକୁ ଏହି କଲ ସେଣ୍ଟର କାମ କରିବ। ସେହିପରି ଏବେ ରାଜ୍ୟରେ କେଉଁ ଜିଲ୍ଲାର ହସ୍ପିଟାଲରେ ବାର୍ଷିକ କେତେ ଲୋକଙ୍କ ମୃତ୍ୟୁ ହେଉଛି, ସେହି ହିସାବରେ କେତେ ମୃତ ଦେହ ପରିବହନ ଗାଡ଼ି ଆବଶ୍ୟକ ସେନେଇ ସ୍ଵାସ୍ଥ୍ୟ ସଚିବ ତଥ୍ୟ ମାଗିଛନ୍ତି। ମୃତ ଦେହ ପରିବହନ ପାଇଁ କିଲୋମିଟର ପିଛା ଦର କେତେ ରହିବ ସେନେଇ ନିଷ୍ପତ୍ତି ହୋଇନାହିଁ, ଆଲୋଚନା ପରେ ସ୍ପଷ୍ଟ ହେବ।

Leave A Reply

Your email address will not be published.