ପ୍ରମୁଖ ଖବର

ଇଡି ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ
ରଥଯାତ୍ରାରେ ପୁରୀକୁ ଗଡିବ ୧୦୦୦ ବସ
ସିକ୍କିମରେ ଟୁରିଷ୍ଟ ବସ୍ ଦୁର୍ଘଟଣା: ଭାଜପା ନେତ୍ରୀ ନିଖୋଜ, ପୁଅ-ପୁତୁରା ସୁରକ୍ଷିତ
ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ
ଶପଥ ନେଲେ ସୁପ୍ରିମକୋର୍ଟର ୩ ନୂଆ ବିଚାରପତି

ଟ୍ରାଫିକ୍ ସମସ୍ୟା ସୁଧାରିବା ପାଇଁ ୨ ହଜାର ନୂଆ ପଦବୀ ସୃଷ୍ଟି

0

ଭୁବନେଶ୍ବର: ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ ପଦବୀ ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟସ୍ତରୀୟ ଟ୍ରାଫିକ୍ ବ୍ୟବସ୍ଥାରେ ୭୦ଟି ନୂତନ ପଦବୀ ହୋଇଥିବା ବେଳେ ଜିଲ୍ଲାସ୍ତରୀୟ ସେଟ-ଅପ୍‌ରେ ୧୯୩୦ଟି ପଦବୀ ସୃଷ୍ଟି ହୋଇଛି। ରାଜ୍ୟସ୍ତରୀୟ ସେଟ-ଅପ୍‌ରେ ନିମ୍ନଲିଖିତ ଭାବେ ପଦବୀ ସୃଷ୍ଟି କରାଯାଇଛି। ଏଡିଜିପି/ଆଇଜିପି ଗୋଟିଏ ପଦବୀ, ଡିଆଇଜି (ପୋଲିସ) ଗୋଟିଏ ପଦବୀ, ଏସପି ୨ ଟି ପଦବୀ, ଡିଏସପି ୪ ଟି, ଇନ୍ସପେକ୍ଟର ୬ଟି, ଏସଆଇ ୮ଟି, ଏଏସଆଇ ୮ଟି, କନେଷ୍ଟବଳ ୨୨ଟି, ଡ୍ରାଇଭର ୧୦ଟି, ଏଷ୍ଟାବ୍ଲିସମେଣ୍ଟ ଅଫିସର ଗୋଟିଏ, ସେକ୍ସନ ଅଫିସର ଗୋଟିଏ, ଏ.ଏସ୍.ଓ ୩ ଟି ଓ ଜୁନିଅର ଆସିଷ୍ଟାଣ୍ଟ ପାଇଁ ୩ ଟି ପଦବୀ ସୃଷ୍ଟି ହୋଇଛି। ସମୁଦାୟ ୭୦ଟି ପଦବୀ ସୃଷ୍ଟି ହୋଇଛି।

ଜିଲ୍ଲାସ୍ତରୀୟ ସେଟ-ଅପ୍‌ରେ ନିମ୍ନଲିଖିତ ଭାବେ ପଦବୀ ସୃଷ୍ଟି କରାଯାଇଛି। ଡି.ଏସ୍‍.ପି. ୫ଟି ପଦବୀ, ଇନ୍‍ସପେକ୍ଟର ୪୧ଟି ପଦବୀ, ସବ୍‍- ଇନ୍‍ସପେକ୍ଟର ୮୩ ଟି ପଦବୀ, ଏ.ଏସ୍‍.ଆଇ. ୮୩ଟି ପଦବୀ, ହାବିଲ୍‍ଦାର ୩୧୦ ଓ କନଷ୍ଟେବଲ ପାଇଁ ୧୪୦୮ଟି ପଦବୀ ସୃଷ୍ଟି କରାଯାଇଛି। ସମୁଦାୟ ୧୯୩୦ଟି ପଦବୀ ସୃଷ୍ଟି ହୋଇଛି।

ଏହାଦ୍ୱାରା ରାଜ୍ୟର ଟ୍ରାଫିକ୍ ବ୍ୟବସ୍ଥା ସୁଦୃଢ଼ ହେବ ଏବଂ ସଡକ ସୁରକ୍ଷା କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଅନୁକରଣୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

Leave A Reply

Your email address will not be published.