ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

କୋଟିପତି ନିର୍ବାହୀ ଯନ୍ତ୍ରୀ ଗିରଫ

0

ଢେଙ୍କାନାଳ: ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀ ଗିରଫ। ଗତକାଲି ରାମଚନ୍ଦ୍ର ଶତପଥୀଙ୍କ ବାସଭବନ ଓ କାର୍ଯ୍ୟାଳୟରେ ରେଡ୍ କରିଥିଲା ଭିଜିଲାନ୍ସ। ଏକକାଳୀନ ୮ଟି ସ୍ଥାନରେ ଚଢାଉ କରାଯାଇଥିଲା। ଆଜି ତାଙ୍କୁ ଗିରଫ କରାଯାଇଛି। ଗୋଟିଏ ଉବଲ ଷ୍ଟୋରେ ବିଲଡ଼ିଙ୍ଗ ସହ ୨୨ଟି ପ୍ଲଟ, ୩୫୦ ଗ୍ରାମର ସୁନା ଅଳଙ୍କାର, ୧.୧୬ କୋଟିର ବ୍ୟାଙ୍କ ଡିପୋଜିଟ ପାଇଥିଲା ଭିଜିଲାନ୍ସ। ୨୩ ଲକ୍ଷରୁ ଅଧିକ ନଗଦ ଟଙ୍କା ତାଙ୍କ ଜ୍ବାଇଁଙ୍କ ଘରୁ ମିଳିଥିଲା।

ଢେଙ୍କାନାଳ ସହର ଗାୟତ୍ରୀ ନଗର ସ୍ଥିତ ବାସଭବନ ସମେତ ଆଠମଲ୍ଲିକ ବ୍ଲକ କାର୍ଯ୍ୟାଳୟ ଓ ସରକାରୀ ବାସଭବନ, ଢେଙ୍କାନାଳ ସଦର ବ୍ଲକ ବଣସିଂହସ୍ଥିତ ପୈତୃକ ଘର ଓ କଟକରେ ଚଢ଼ଉ କରିଥିଲା ଭିଜିଲାନ୍ସ। ତା ସହିତ ଭବାନୀପାଟଣାର ଧର୍ମଗଡ ଓ ଜୁନାଗଡ଼ରେ ଥିବା ଦୁଇ ଝିଅଙ୍କ ଘରେ ବି ରେଡ୍ ହୋଇଥିଲା। ଠାବ ହୋଇଥିବା ସଂପତ୍ତି ନେଇ ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ ରାମଚନ୍ଦ୍ର ଶତପଥୀ।

Leave A Reply

Your email address will not be published.