ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଓଡ଼ିଶାକୁ ୪ ହଜାର କୋଟିର ପ୍ରକଳ୍ପ ଭେଟି ଦେଲେ ଗଡକରୀ

0

ଭୁବନେଶ୍ବର: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଏହି ଅବସରରେ ଗଡ଼କରୀ ଓଡ଼ିଶାବାସୀଙ୍କୁ ବଡ଼ ଉପହାର ଦେଇଛନ୍ତି। ସେ ଓଡ଼ିଶାକୁ ୪ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି। ଏହାସହ ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି ଗଡ଼କରୀ। ପୁରୀ-ଭୁବନେଶ୍ୱର ରାସ୍ତା ୬ ଲେନ୍‌ ହେବ ବୋଲି ବଡ଼ ସୂଚନା ଦିଆଯାଇଛି।

ଏହାପରେ ଭୁବନେଶ୍ବର ବରମୁଣ୍ଡା ସଭାରେ କେନ୍ଦ୍ରମନ୍ତ୍ରୀ ଗଡ଼କରୀ ନିଜ ସମ୍ବୋଧନରେ କହିଛନ୍ତି ଯେ, ଜଗନ୍ନାଥଙ୍କ ଭୂମିରେ ଆସିବାକୁ ସୁଯୋଗ ମିଳିଥିବାରୁ ମୁଁ ନିଜକର ଧନ୍ୟ ମନେ କରୁଛି। ବିକାଶ କରିବାକୁ ହେଲେ ସଡ଼କ ପଥର ଭିତ୍ତିଭୂମି ଆବଶ୍ୟକ ରହିଛି। ଓଡ଼ିଶାରେ ୨ ଲକ୍ଷ କୋଟିର ପ୍ରକଳ୍ପ କାମ ଚାଲୁ ରହିଛି। ରାଞ୍ଚି-ସମ୍ବଲପୁର ଦ୍ବିତୀୟ କରିଡର୍ ୮୦୦୦ କୋଟି ବ୍ୟୟରେ ହେବ। ଚଣ୍ଡିଖୋଲ-ପାରାଦୀପ କରିଡର୍ ୨୦୨୬ ଡିସେମ୍ବର ସୁଦ୍ଧା ଶେଷ ହେବ। ୨ ଘଣ୍ଟାର ଯାତ୍ରା ହ୍ରାସ ପାଇ ୧ ଘଣ୍ଟା ମଧ୍ୟରେ ହେବ। କ୍ୟାବିନେଟ ମଞ୍ଜୁରୀ ପରେ ଭୁବନେଶ୍ବର ରିଙ୍ଗରୋଡ୍ କାମ ଆରମ୍ଭ ହେବ ବୋଲି ଗଡକରୀ କହିଛନ୍ତି। ଗଡକରୀ ୧୩ଟି ଜାତୀୟ ରାଜପଥ ପାଇଁ ୨୯୦୫ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ୪୨୭ କୋଟି ଟଙ୍କାର ୪ଟି ସିଆରଆଇଏଫ ବ୍ରିଜ ଶିଳାନ୍ୟାସ କରିଛନ୍ତି। ଏହାସହ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଯାହାର ବ୍ୟୟ ଅଟକଳ ୮୪୧ କୋଟି ଟଙ୍କାର ଲୋକାର୍ପଣ କରିଛନ୍ତି ଗଡକରୀ।

ଅନ୍ୟପଟେ ସମ୍ପର୍କ ସେତୁର ମଧ୍ୟ ଶିଳାନ୍ୟାସ କରିଛନ୍ତି। ଝାରସୁଗୁଡ଼ା ଓ ବରଗଡ଼ ଜିଲାକୁ ଯୋଡିବ ଏହି ସେତୁ। ମହାନଦୀରେ ଏହି ସେତୁ ନିର୍ମାଣ ହେଲେ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇପାରିବ । ଗୁରୁବାର ଭୁବନେଶ୍ବରରୁ ଭିସି ଯୋଗେ ସମ୍ପର୍କ ସେତୁର ଶିଳାନ୍ୟାସ କରିଛନ୍ତି କେନ୍ଦ୍ରୀ ମନ୍ତ୍ରୀ ନୀତିନ ଗଡକରୀ। ଏନେଇ ଝାରସୁଗୁଡ଼ା ଜିଲା ଲଖନପୁର ବ୍ଳକ ଭିଖମପାଲି ହାଇସ୍କୁଲ ପଡ଼ିଆରେ ଏକ ସଭାର ଆୟୋଜନ କରାଯାଇଥିଲା।

Leave A Reply

Your email address will not be published.