ପ୍ରମୁଖ ଖବର

ଅପରାଧୀଙ୍କୁ ମିଳିବ କଡ଼ା ଜବାବ, ସହିଦ ହେବାକୁ ବି ପ୍ରସ୍ତୁତ: ଡିଜିପି
ଏସ୍‌ବିଆଇର ତଥ୍ୟ ଲିକ୍‌: ଡାର୍କ ୱେବ୍‌ରେ ୩.୭୫ ଲକ୍ଷ ରେକର୍ଡ, ତଦନ୍ତ ଆରମ୍ଭ
ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ଼ ମାମଲା: ଆଉ ୪ ଗିରଫ
୨୦୨୯ ସୁଦ୍ଧା ନିଶାମୁକ୍ତ ଭାରତ ଲକ୍ଷ୍ୟ: ଅମିତ ଶାହ

ଓଡ଼ିଶାକୁ ୪ ହଜାର କୋଟିର ପ୍ରକଳ୍ପ ଭେଟି ଦେଲେ ଗଡକରୀ

0

ଭୁବନେଶ୍ବର: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଏହି ଅବସରରେ ଗଡ଼କରୀ ଓଡ଼ିଶାବାସୀଙ୍କୁ ବଡ଼ ଉପହାର ଦେଇଛନ୍ତି। ସେ ଓଡ଼ିଶାକୁ ୪ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି। ଏହାସହ ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି ଗଡ଼କରୀ। ପୁରୀ-ଭୁବନେଶ୍ୱର ରାସ୍ତା ୬ ଲେନ୍‌ ହେବ ବୋଲି ବଡ଼ ସୂଚନା ଦିଆଯାଇଛି।

ଏହାପରେ ଭୁବନେଶ୍ବର ବରମୁଣ୍ଡା ସଭାରେ କେନ୍ଦ୍ରମନ୍ତ୍ରୀ ଗଡ଼କରୀ ନିଜ ସମ୍ବୋଧନରେ କହିଛନ୍ତି ଯେ, ଜଗନ୍ନାଥଙ୍କ ଭୂମିରେ ଆସିବାକୁ ସୁଯୋଗ ମିଳିଥିବାରୁ ମୁଁ ନିଜକର ଧନ୍ୟ ମନେ କରୁଛି। ବିକାଶ କରିବାକୁ ହେଲେ ସଡ଼କ ପଥର ଭିତ୍ତିଭୂମି ଆବଶ୍ୟକ ରହିଛି। ଓଡ଼ିଶାରେ ୨ ଲକ୍ଷ କୋଟିର ପ୍ରକଳ୍ପ କାମ ଚାଲୁ ରହିଛି। ରାଞ୍ଚି-ସମ୍ବଲପୁର ଦ୍ବିତୀୟ କରିଡର୍ ୮୦୦୦ କୋଟି ବ୍ୟୟରେ ହେବ। ଚଣ୍ଡିଖୋଲ-ପାରାଦୀପ କରିଡର୍ ୨୦୨୬ ଡିସେମ୍ବର ସୁଦ୍ଧା ଶେଷ ହେବ। ୨ ଘଣ୍ଟାର ଯାତ୍ରା ହ୍ରାସ ପାଇ ୧ ଘଣ୍ଟା ମଧ୍ୟରେ ହେବ। କ୍ୟାବିନେଟ ମଞ୍ଜୁରୀ ପରେ ଭୁବନେଶ୍ବର ରିଙ୍ଗରୋଡ୍ କାମ ଆରମ୍ଭ ହେବ ବୋଲି ଗଡକରୀ କହିଛନ୍ତି। ଗଡକରୀ ୧୩ଟି ଜାତୀୟ ରାଜପଥ ପାଇଁ ୨୯୦୫ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ୪୨୭ କୋଟି ଟଙ୍କାର ୪ଟି ସିଆରଆଇଏଫ ବ୍ରିଜ ଶିଳାନ୍ୟାସ କରିଛନ୍ତି। ଏହାସହ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଯାହାର ବ୍ୟୟ ଅଟକଳ ୮୪୧ କୋଟି ଟଙ୍କାର ଲୋକାର୍ପଣ କରିଛନ୍ତି ଗଡକରୀ।

ଅନ୍ୟପଟେ ସମ୍ପର୍କ ସେତୁର ମଧ୍ୟ ଶିଳାନ୍ୟାସ କରିଛନ୍ତି। ଝାରସୁଗୁଡ଼ା ଓ ବରଗଡ଼ ଜିଲାକୁ ଯୋଡିବ ଏହି ସେତୁ। ମହାନଦୀରେ ଏହି ସେତୁ ନିର୍ମାଣ ହେଲେ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇପାରିବ । ଗୁରୁବାର ଭୁବନେଶ୍ବରରୁ ଭିସି ଯୋଗେ ସମ୍ପର୍କ ସେତୁର ଶିଳାନ୍ୟାସ କରିଛନ୍ତି କେନ୍ଦ୍ରୀ ମନ୍ତ୍ରୀ ନୀତିନ ଗଡକରୀ। ଏନେଇ ଝାରସୁଗୁଡ଼ା ଜିଲା ଲଖନପୁର ବ୍ଳକ ଭିଖମପାଲି ହାଇସ୍କୁଲ ପଡ଼ିଆରେ ଏକ ସଭାର ଆୟୋଜନ କରାଯାଇଥିଲା।

Leave A Reply

Your email address will not be published.