ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ନାମାଙ୍କନ ଭରିଲେ ନବୀନ

0

ଭୁବନେଶ୍ବର: ନବମ ଥର ପାଇଁ ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜୁ ପଟ୍ଟନାୟକଙ୍କ ୨୮ ତମ ଶ୍ରାଦ୍ଧ ଦିବସ ଅବସରରେ ରାଜଧାନୀର ଶଙ୍ଖ ଭବନରେ ନାମାଙ୍କନ ଭରିଛନ୍ତି ନବୀନ। ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି ନବୀନ। ଅନ୍ୟ କେହି ନାମାଙ୍କନ କରିନଥିବାରୁ ୧୯ରେ ସଭାପତି ଭାବେ ନବୀନଙ୍କ ନାଁ ଘୋଷଣା ହେବ ବୋଲି ସୂଚନା ମିଳିଛି।

ଏପର୍ଯ୍ୟନ୍ତ ଅନ୍ୟ କେହି ନାମାଙ୍କନ ଭରି ନାହାନ୍ତି। ଏଥିପାଇଁ ନବୀନ ବିଜେଡିର ସଭାପତି ହେବା ଏକପ୍ରକାର ନିଶ୍ଚିତ ବୋଲି ସ୍ପଷ୍ଟ ହେଉଛି। ନବୀନ ନାମାଙ୍କନ ଦାଖଲ କରିବା ସମୟରେ ବିଜେଡିର ଅନେକ ଆଗଧାଡ଼ିର ନେତା ଉପସ୍ଥିତ ଥିଲେ। ୧୯ ତାରିଖରେ ଘୋଷଣା ହେବ ନୂଆ ସଭାପତିଙ୍କ ନାଁ। ଖୁବ୍‌ଶୀଘ୍ର ଘୋଷଣା ହେବ ରାଜ୍ୟ ପରିଷଦ ଓ କାର୍ଯ୍ୟକାରିଣୀ। ବିଜୁ ଜନତା ଦଳର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଜାରି ରହିଛି। ବର୍ତ୍ତମାନ ୪ର୍ଥ ପର୍ଯ୍ୟାୟରେ ପହଁଞ୍ଚିଛି ବିଜେଡିର ନିର୍ବାଚନ ପ୍ରକ୍ରିୟା। ଏପ୍ରିଲ ୧୩ରୁ ୧୫ ତାରିଖ ଯାଏଁ ଜିଲ୍ଲା ସଭାପତି ନିର୍ବାଚନ ପ୍ରକ୍ରିୟା ହୋଇଥିଲା। ଏହି ପ୍ରକ୍ରିୟାରେ ୧୮ ଜିଲ୍ଲାର ସଭାପତିମାନେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି।

Leave A Reply

Your email address will not be published.