ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ

0

ଭୁବନେଶ୍ବର: ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ। ବଦଳିଯିବ ରାସନ କାର୍ଡର ରୂପ ରଙ୍ଗ। ଆଉ ନୂଆ ଢଙ୍ଗରେ ବଣ୍ଟାଯିବ ଏହି ନୂଆ ରାସନ କାର୍ଡ। ରାଜ୍ୟରେ ୫ଲକ୍ଷ ୯୦ହଜାର ନୂଆ ହିତାଧିକାରୀ ପାଇବେ ରାସନ କାର୍ଡ। ଖୁବଶୀଘ୍ର ରାଜ୍ୟର ସବୁ ଜିଲ୍ଲାରେ ବଣ୍ଟାଯିବ ନୂଆ ରାସନ କାର୍ଡ। ଏଥିପାଇଁ ଜିଲ୍ଲାପାଳ ମାନଙ୍କୁ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଥିବା ପ୍ରକାଶ କରିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଏହା ସହ ଏପ୍ରିଲ ୨୨ ସୁଦ୍ଧା ରାସନ କାର୍ଡ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ପୂର୍ବ ସରକାରଙ୍କ ଅମଳରେ ସାମିଲ ହୋଇଥିବା ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍ ଦିଆଯାଉଛି ଓ ଦୁର୍ନୀତି ଅନୀତିକୁ ପ୍ରଶୟ ଦିଆଯିବ ନାହିଁ ବୋଲି ମଧ୍ୟ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହାତରେ ଢେଙ୍କାନାଳରେ ହିଁ ଏହି ନୂଆ ରାସନ କାର୍ଡ ବଣ୍ଟନ କାର୍ଯ୍ୟର ଶୁଭାରମ୍ଭ କରାଯାଇ ରାଜ୍ୟବ୍ୟାପୀ ଏକକାଳୀନ ବଣ୍ଟନ କରାଯିବ ବୋଲି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରକାଶ କରିଛନ୍ତି।

ବିଡିଓ, ମ୍ୟୁନିସିପାଲ କମିଶନର କାର୍ଡ ପ୍ରଦାନ କରିବେ। ସଠିକ୍‌ ଯାଞ୍ଚ ପରେ ନୂଆ ସଦସ୍ୟଙ୍କୁ ଯୋଜନାରେ ସାମିଲ କରାଯିବ ବୋଲି ଖାଦ୍ୟ ବିଭାଗ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଇକେୱାଇସି ମାଧ୍ୟମରେ ଯୋଗ୍ୟ ହିତାଧିକାରୀଙ୍କୁ ଚୟନ କରାଯିବା ସହ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଉଛି।

Leave A Reply

Your email address will not be published.