ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ

0

ଭୁବନେଶ୍ବର: ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ। ବଦଳିଯିବ ରାସନ କାର୍ଡର ରୂପ ରଙ୍ଗ। ଆଉ ନୂଆ ଢଙ୍ଗରେ ବଣ୍ଟାଯିବ ଏହି ନୂଆ ରାସନ କାର୍ଡ। ରାଜ୍ୟରେ ୫ଲକ୍ଷ ୯୦ହଜାର ନୂଆ ହିତାଧିକାରୀ ପାଇବେ ରାସନ କାର୍ଡ। ଖୁବଶୀଘ୍ର ରାଜ୍ୟର ସବୁ ଜିଲ୍ଲାରେ ବଣ୍ଟାଯିବ ନୂଆ ରାସନ କାର୍ଡ। ଏଥିପାଇଁ ଜିଲ୍ଲାପାଳ ମାନଙ୍କୁ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଥିବା ପ୍ରକାଶ କରିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଏହା ସହ ଏପ୍ରିଲ ୨୨ ସୁଦ୍ଧା ରାସନ କାର୍ଡ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ପୂର୍ବ ସରକାରଙ୍କ ଅମଳରେ ସାମିଲ ହୋଇଥିବା ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍ ଦିଆଯାଉଛି ଓ ଦୁର୍ନୀତି ଅନୀତିକୁ ପ୍ରଶୟ ଦିଆଯିବ ନାହିଁ ବୋଲି ମଧ୍ୟ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହାତରେ ଢେଙ୍କାନାଳରେ ହିଁ ଏହି ନୂଆ ରାସନ କାର୍ଡ ବଣ୍ଟନ କାର୍ଯ୍ୟର ଶୁଭାରମ୍ଭ କରାଯାଇ ରାଜ୍ୟବ୍ୟାପୀ ଏକକାଳୀନ ବଣ୍ଟନ କରାଯିବ ବୋଲି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରକାଶ କରିଛନ୍ତି।

ବିଡିଓ, ମ୍ୟୁନିସିପାଲ କମିଶନର କାର୍ଡ ପ୍ରଦାନ କରିବେ। ସଠିକ୍‌ ଯାଞ୍ଚ ପରେ ନୂଆ ସଦସ୍ୟଙ୍କୁ ଯୋଜନାରେ ସାମିଲ କରାଯିବ ବୋଲି ଖାଦ୍ୟ ବିଭାଗ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଇକେୱାଇସି ମାଧ୍ୟମରେ ଯୋଗ୍ୟ ହିତାଧିକାରୀଙ୍କୁ ଚୟନ କରାଯିବା ସହ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଉଛି।

Leave A Reply

Your email address will not be published.