ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ

0

ଭୁବନେଶ୍ବର: ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ କେନ୍ଦ୍ରୀୟ ଡେପୁଟେସନରେ ଯିବେ। ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ଧଳଙ୍କୁ ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତି ମିଳିଛି। ୧୯୯୩ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ଶ୍ରୀ ଧଳ କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ। ସେ ଆସନ୍ତା ଜୁଲାଇ ୧ ତାରିଖରେ ସଂସଦୀୟ ବ୍ୟାପାର ସଚିବ ଦାୟିତ୍ବ ନେବେ। ତେଣୁ ସେ ଏବେ ଦିଲ୍ଲୀରେ ରହିବେ। ସେହିପରି ପୂର୍ବରୁ କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୪ ବ୍ୟାଚ୍‌ର ଆଇଏଏସ୍ ସନ୍ତୋଷ ଷଡ଼ଙ୍ଗୀଙ୍କୁ ନୂଆ ଦାୟିତ୍ବ ମିଳିଛି । ସେ ନ୍ୟୁ ଆଣ୍ଡ ରିନ୍ୟୁବଲ୍‌ ଏନର୍ଜୀ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଏଥି ସହିତ ରଞ୍ଜନା ଚୋପ୍ରାଙ୍କୁ ସଂସ୍କୃତି ମନ୍ତ୍ରାଳୟର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ମିଳିଛି।

ସୂଚନାଥାଉକି, ରାଜ୍ୟରେ ସରକାର ବଦଳିବା ପରେ ନିକୁଞ୍ଜ ବିହାରୀ ଧଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ) ଭାବେ ଗତବର୍ଷ ଜୁନ୍‌ ମାସରେ ନିଯୁକ୍ତି ଦେଇଥିଲେ। ନିକୁଞ୍ଜ ବିହାରୀ ଧଳ ସାଧାରଣ ନିର୍ବାଚନ-୨୦୨୪କୁ ସେ ଭଲ ପରିଚାଳନା କରିଥିଲେ। ନିର୍ବାଚନ ସମୟରେ ତ୍ରୁଟି ପାଇଁ ସେ କିଛି ଅଧିକାରୀ ଓ କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଥିଲେ।

୧୯୯୩ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ନିକୁଞ୍ଜ ବିହାରୀ ଧଳ, ଯିଏ ବର୍ତ୍ତମାନ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବରେ କାର୍ଯ୍ୟ କରୁଛନ୍ତି, ତାଙ୍କୁ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସଚିବ ଭାବରେ ନିଯୁକ୍ତ କରାଯାଇଛି। ସେ ୨୦୨୫ ଜୁନ୍ ୩୦ରେ ଅବସର ନେବାକୁ ଯାଉଥିବା ଆଇଏଏସ୍ ଅଧିକାରୀ ଉମଙ୍ଗ ନରୁଲାଙ୍କ ସ୍ଥାନରେ ନିଯୁକ୍ତି ପାଇଛନ୍ତି।

Leave A Reply

Your email address will not be published.