ପ୍ରମୁଖ ଖବର

‘ଜୁନ୍‌ ୨୮ରୁ ଜୁଲାଇ ୬ ଯାଏଁ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି’
ରାଜା ଚକ୍ରଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
ପୁରଣ ହେବ ୧୫ଟି ବିଶ୍ୱବିଦ୍ୟାଳୟର ଭିସି ପଦବୀ
ନୀରବ ମୋଦିଙ୍କ ବେଲ୍ ଆବେଦନ ଖାରଜ
ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ
ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର

ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ

0

ଭୁବନେଶ୍ବର: ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ କେନ୍ଦ୍ରୀୟ ଡେପୁଟେସନରେ ଯିବେ। ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ଧଳଙ୍କୁ ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତି ମିଳିଛି। ୧୯୯୩ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ଶ୍ରୀ ଧଳ କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ। ସେ ଆସନ୍ତା ଜୁଲାଇ ୧ ତାରିଖରେ ସଂସଦୀୟ ବ୍ୟାପାର ସଚିବ ଦାୟିତ୍ବ ନେବେ। ତେଣୁ ସେ ଏବେ ଦିଲ୍ଲୀରେ ରହିବେ। ସେହିପରି ପୂର୍ବରୁ କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୪ ବ୍ୟାଚ୍‌ର ଆଇଏଏସ୍ ସନ୍ତୋଷ ଷଡ଼ଙ୍ଗୀଙ୍କୁ ନୂଆ ଦାୟିତ୍ବ ମିଳିଛି । ସେ ନ୍ୟୁ ଆଣ୍ଡ ରିନ୍ୟୁବଲ୍‌ ଏନର୍ଜୀ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଏଥି ସହିତ ରଞ୍ଜନା ଚୋପ୍ରାଙ୍କୁ ସଂସ୍କୃତି ମନ୍ତ୍ରାଳୟର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ମିଳିଛି।

ସୂଚନାଥାଉକି, ରାଜ୍ୟରେ ସରକାର ବଦଳିବା ପରେ ନିକୁଞ୍ଜ ବିହାରୀ ଧଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ) ଭାବେ ଗତବର୍ଷ ଜୁନ୍‌ ମାସରେ ନିଯୁକ୍ତି ଦେଇଥିଲେ। ନିକୁଞ୍ଜ ବିହାରୀ ଧଳ ସାଧାରଣ ନିର୍ବାଚନ-୨୦୨୪କୁ ସେ ଭଲ ପରିଚାଳନା କରିଥିଲେ। ନିର୍ବାଚନ ସମୟରେ ତ୍ରୁଟି ପାଇଁ ସେ କିଛି ଅଧିକାରୀ ଓ କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଥିଲେ।

୧୯୯୩ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ନିକୁଞ୍ଜ ବିହାରୀ ଧଳ, ଯିଏ ବର୍ତ୍ତମାନ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବରେ କାର୍ଯ୍ୟ କରୁଛନ୍ତି, ତାଙ୍କୁ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସଚିବ ଭାବରେ ନିଯୁକ୍ତ କରାଯାଇଛି। ସେ ୨୦୨୫ ଜୁନ୍ ୩୦ରେ ଅବସର ନେବାକୁ ଯାଉଥିବା ଆଇଏଏସ୍ ଅଧିକାରୀ ଉମଙ୍ଗ ନରୁଲାଙ୍କ ସ୍ଥାନରେ ନିଯୁକ୍ତି ପାଇଛନ୍ତି।

Leave A Reply

Your email address will not be published.