ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ସୋଆ ପ୍ରତିଷ୍ଠାତା ସଭାପତି ଓ ସ୍ପେନ୍ ରାଷ୍ଟ୍ରଦୂତଙ୍କ ସୌଜନ୍ୟମୂଳକ ସାକ୍ଷାତ

0

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏବଂ ସ୍ପେନ୍‌ର ରାଷ୍ଟ୍ରଦୂତ ହିଜ ଏକ୍ସିଲେନ୍ସି ଜୁଆନ୍ ଆନ୍‌ଟୋନିଓ ମାର୍ଚ ପୁଜୋଲଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା ହୋଇଛି। ସ୍ପେନର ରାଷ୍ଟ୍ରଦୂତ ଭାବେ ସେ ଏକାସଂଗେ ଭାରତ, ଭୁଟାନ, ନେପାଳ, ଶ୍ରୀଲଙ୍କା ଏବଂ ମାଳଦ୍ୱୀପକୁ ପ୍ରତିନିଧିତ୍ୱ କରୁଛନ୍ତି। ଶୁକ୍ରବାର ବିଶ୍ୱବିଦ୍ୟାଳୟ ମୁଖ୍ୟ କାର୍ଯ୍ୟାଳୟରେ ପ୍ରଫେସର ନାୟକଙ୍କ ସହ ସାକ୍ଷାତ ସମୟରେ ଦୁଇ ଦେଶ ମଧ୍ୟରେ ଶିକ୍ଷା, ସ୍ୱାସ୍ଥ୍ୟ ଓ ଅନ୍ୟାନ୍ୟ ପ୍ରସଙ୍ଗ ସହ ଆଲୋଚନା କରିବା ସହ ସୋଆରେ ସ୍ପାନିଶ ଭାଷାର ଶିକ୍ଷାକୁ ନେଇ ମଧ୍ୟ ଆଲୋଚନା କରିଥିଲେ। ଏହି ସାକ୍ଷାତ ଆଲୋଚନା ସମୟରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଉପସ୍ଥିତ ଥିଲେ।

Leave A Reply

Your email address will not be published.