ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଏଥର ଚନ୍ଦନ ଯାତ୍ରାରେ ଫୁଟିବନି ବାଣ

0

ପୁରୀ: ପବିତ୍ର ଅକ୍ଷୟ ତୃତୀୟା ଦିନ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ହେବ ,ଏଥିସହ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ। ଗତବର୍ଷ ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣକୁ ନଜରରେ ରଖି ଚଳିତ ବର୍ଷ ବାଣ ବ୍ୟବହାର ହୋଇପାରିବ ନାହିଁ ବୋଲି ସୂଚନା ମିଳିଛି।

୨୦୨୪ ମେ ୨୯ ରେ ଚନ୍ଦନ ଯାତ୍ରା ବେଳେ ବାଣ ବିସ୍ଫୋରଣରେ ଅନେକଙ୍କର ଜୀବନ ଯାଇଥିଲା। ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ହେବାକୁ ଥିବା ଚନ୍ଦନ ଯାତ୍ରାରେ ବାଣ ଫୁଟାଇବା ଉପରେ କଟକଣା ଲଗାଇଛି ଶ୍ରୀମନ୍ଦିର ପ୍ରଶାସନ। ନରେନ୍ଦ୍ର ପୁଷ୍କରିଣୀ ବାହାରେ ହେବ ୨ଟି ଫାଷ୍ଟଏଡ୍‌ ସେଣ୍ଟର କରାଯିବ। ପୁରୀ ଚନ୍ଦନ ଯାତ୍ରାରେ ବାଣ ଫୁଟାଇବା ମନା ବୋଲି ଛତିଶା ନିଯୋଗ ନିଷ୍ପତ୍ତି ନିଆଯାଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ଯେ ପୁରୀ ଚନ୍ଦନ ଯାତ୍ରାରେ ଏଥର ବାଣ ବ୍ୟବହାର ହୋଇପାରିବ ନାହିଁ। ଭକ୍ତ ଓ ସେବାୟତଙ୍କ ପାଇଁ ଇନସ୍ୟୁରାନ୍ସ ବ୍ୟବସ୍ଥା ରହିବ। ଚନ୍ଦନ ଯାତ୍ରା ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗରେ ଅନୁମୋଦନ ଲାଭ କରିଛି। ନରେନ୍ଦ୍ର ପୁଷ୍କରିଣୀ ବାହାରେ ୨ଟି ଫାଷ୍ଟଏଡ୍‌‌ ସେଣ୍ଟର ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରକାଶ କହିଛନ୍ତି।

ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଅକ୍ଷୟ ତୃତୀୟ ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ନୀତି ନିର୍ଘଣ୍ଟ ଅନୁଯାୟୀ ଅକ୍ଷୟ ତୃତୀୟା ଦିନ ଅପରାହ୍ନ ୩ଟାରେ ଦ୍ଵାଦଶ ଯାତ୍ରା ଓ ନକ୍ଷତ୍ର ବନ୍ଦାପନା, ଅପରାହ୍ନ ୩.୩୦ରେ ବିମାନକୁ ଦିଅଁ ବିଜେ, ଅପରାହ୍ନ ୪ଟା ରେ ରଥ ଆଜ୍ଞାମାଳ ବିଜେ ଓ ବିମାନ ଉଠିବ। ରାତ୍ର ୧୦ଟା ରେ ଚନ୍ଦନ ଠାକୁର ବାହୁଡ଼ା ବିଜେ କରିବେ।

Leave A Reply

Your email address will not be published.