ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଓଆଇଏସ୍‌ଏଫ୍‌ର ହେବ ଆଉ ଏକ ବାଟାଲିଅନ

0

୧୦୪୦ ପଦବୀ ଲାଗି ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ଭୁବନେଶ୍ବର: ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଏକ ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ଓଆଇଏସ୍‌ଏଫ୍‌ରେ ଗୋଟିଏ ବାଟାଲିଅନ କାର୍ଯ୍ୟରତ ଅଛି। ଏହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭ ରହିଛି। ନୂଆ ବାଟାଲିଅନ ସୃଷ୍ଟି ହେବା ପରେ ଏଥିରେ ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ କରିବ। ୨ଟି ବାଟାଲିଅନର ପଦବୀ ସଂଖ୍ୟା ୨୮୪୭ ହେବ।

ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରି ପଦକ୍ଷେପ ନେଉଛନ୍ତି। ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି। ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜି୍ୟକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନୂଆ ବାଟାଲିଅନ ଗଠନକୁ ମଞ୍ଜୁରୀ ଦେଇଛନ୍ତି।

Leave A Reply

Your email address will not be published.