ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଏପ୍ରିଲ ୨୩ରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ

0

ଭୁବନେଶ୍ବର: କାଲିଠୁ ସବୁ ସ୍କୁଲ, କଲେଜ ଛୁଟି। ବୁଧବାରଠୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନବାଡି ବନ୍ଦ ରହିବା ନେଇ ଘୋଷଣା କଲେ ରାଜ୍ୟ ସରକାର । ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ। ତାପମାତ୍ରା ବୃଦ୍ଧି ଯୋଗୁଁ ପିଲାମାନେ ଯେପରି ଅସୁବିଧାରେ ନପଡନ୍ତି ସେଥିପାଇଁ ଏହି ନିଷ୍ପତ୍ତି ନିଆଯାଇଛି।

ତେବେ କୌଣସି ପରୀକ୍ଷା ପ୍ରଭାବିତ ହେବନି ଓ ପୂର୍ବସୂଚୀ ଅନୁସାରେ ପରୀକ୍ଷା ଚାଲିବ ବୋଲି ମନ୍ତ୍ରୀ ସୂଚନା ଦେଇଥିବାବେଳେ ଯେଉଁମାନେ ହଷ୍ଟେଲରେ ରହୁଛନ୍ତି, ସେମାନେ ରହିପାରିବେ। ସକାଳ ୭ରୁ ସାଢ଼େ ୮ ଚାଲୁଥିବା ଅଙ୍ଗନବାଡି କେନ୍ଦ୍ର ବି ବନ୍ଦ ରହିବ ଓ ଅଙ୍ଗନବାଡ଼ି ପିଲାଙ୍କ ଖାଦ୍ୟ ସେମାନଙ୍କ ଘରେ ପହଞ୍ଚାଯିବାକୁ ନିଷ୍ପତ୍ତି ହୋଇଛି।

ସେହିପରି ଏହି ନିର୍ଦ୍ଦେଶନାମା ଉଭୟ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ପାଇଁ ଲାଗୁ ହେବ। କୌଣସି ବେସରକାରୀ ଶିକ୍ଷାନୁଷ୍ଠାନ ନିଷ୍ପତ୍ତି ନ ମାନିଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ରାଜସ୍ବମନ୍ତ୍ରୀ। ଆଗକୁ ଯଦି ତାପମାତ୍ରା ହ୍ରାସ ପାଏ, ତାହାଲେ ଖୋଲିବା ଆଦେଶ ଦିଆଯାଇ ପାରେ ସୂଚନା ଦେଇଛନ୍ତି ମନ୍ତ୍ରୀ।

Leave A Reply

Your email address will not be published.