ପ୍ରମୁଖ ଖବର

‘ଜୁନ୍‌ ୨୮ରୁ ଜୁଲାଇ ୬ ଯାଏଁ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି’
ରାଜା ଚକ୍ରଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
ପୁରଣ ହେବ ୧୫ଟି ବିଶ୍ୱବିଦ୍ୟାଳୟର ଭିସି ପଦବୀ
ନୀରବ ମୋଦିଙ୍କ ବେଲ୍ ଆବେଦନ ଖାରଜ
ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ
ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର

ପହଲଗାମ୍ ହମ୍‌ଲା : ମୃତକଙ୍କ ସମ୍ପର୍କୀୟଙ୍କୁ ମିଳିବ ୧୦ ଲକ୍ଷ ଟଙ୍କା ସହାୟତା

0

ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀର ପହଲଗାମ୍ ଆତଙ୍କୀ ହମଲା ଘଟଣା। ଜମ୍ମୁ କାଶ୍ମୀର ସରକାରଙ୍କ ପକ୍ଷରୁ ମୃତକଙ୍କ ସମ୍ପର୍କୀୟଙ୍କୁ ୧୦ ଲକ୍ଷର କ୍ଷତିପୂରଣ ସହାୟତା ଘୋଷଣା କରାଯାଇଛି।ଗୁରୁତର ଆହତଙ୍କୁ ମିଳିବ ୨ ଲକ୍ଷ ଟଙ୍କା ଓ ସାମାନ୍ୟ ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ନେଇ ଘୋଷଣା କରିଛନ୍ତି ଜମ୍ମୁକାଶ୍ମୀର ସରକାର । ଘଟଣାକୁ ନିନ୍ଦା କରିଛନ୍ତି ଜମ୍ମୁକାଶ୍ମୀର ମୁଖ୍ୟମନ୍ତ୍ରୀ।

ସୁରକ୍ଷା ସମ୍ବନ୍ଧୀୟ କ୍ୟାବିନେଟ୍ ବୈଠକ ଡକାଇଛନ୍ତି ପିଏମ୍ ମୋଦି। ହମ୍‌ଲା ବିରୋଧରେ ନିଆଯାଇପାରେ କଠୋର ପଦକ୍ଷେପ ବୋଲି ସୂଚନା ମିଳିଛି। ଗତକାଲି ପହଲଗାମରେ ଆତଙ୍କୀ ହମଲା ହୋଇଥିଲା। ପୁଲୱାମା ପରେ ଏହା ସବୁଠୁ ବଡ଼ ଧରଣର ହମଲା। ଏହି ଆକ୍ରମଣ ନେଇ ନିଜକୁ ଦାୟୀ କରିଛି ଏଲଇଟିର ଶାଖା ଟିଆର୍‌ଏଫ୍। ଆକ୍ରମଣ ପରେ ସ୍ଥାନୀୟ ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି ହୋଇଛି। ଆତଙ୍କବାଦୀଙ୍କ ଆକ୍ରମଣରେ ଅନ୍ୟୁନ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଶ୍ରୀନଗର ମୁଖ୍ୟାଳୟଠାରୁ ପ୍ରାୟ ୮୫ କିଲୋମିଟର ଦୂର ପହଲଗାମର ବୈଶରଣ ଜଙ୍ଗଲ ଅଞ୍ଚଳରେ ଏହି ଆକ୍ରମଣ ହୋଇଥିଲା।

Leave A Reply

Your email address will not be published.