ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସାମ୍ନାକୁ ଆସିଲା ୪ ଆତଙ୍କବାଦୀଙ୍କ ଫଟୋ

0

ଜମ୍ମୁ: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଗତକାଲି ହୋଇଥିବା ଜଘନ୍ୟ ଆକ୍ରମଣରେ ସାମିଲ ଥିବା ଚାରି ଜଣ ଆତଙ୍କବାଦୀଙ୍କ ଫଟୋଗ୍ରାଫ ସୁରକ୍ଷା ଏଜେନ୍ସିଗୁଡ଼ିକ ଜାରି କରିଛନ୍ତି। ସେମାନଙ୍କ ମଧ୍ୟରୁ ୩ ଆତଙ୍କବାଦୀଙ୍କ ପରିଚୟ ମିଳିଛି ସେମାନେ ହେଲେ ଆସିଫ ଫୌଜି, ସୁଲେମାନ ଶାହ ଓ ଅବୁ ତାଲହା। ସେମାନେ ସମସ୍ତେ ଲସ୍କର-ଏ-ତୋଇବା ସହିତ ଜଡିତ। ଆକ୍ରମଣର ମାଷ୍ଟର ମାଇଣ୍ଡ ହାଫିଜର ଘନିଷ୍ଠ ସୈଫୁଲ୍ଲାହ କସୁରୀ ବୋଲି କୁହାଯାଉଛି।

ସୂଚନାଯୋଗ୍ୟ, ପହଲଗାମ୍‌ ଜିଲାରେ ମଙ୍ଗଳବାର ଅପରାହ୍ନ ୩ଟାରେ ଆତଙ୍କବାଦୀମାନେ ବଡ଼ଧରଣର ଆକ୍ରମଣ କରିଛନ୍ତି। ପ୍ରାକୃତିକ ଶୋଭାରାଜି ପାଇଁ ‘ମିନି ସୁଇଜରଲାଣ୍ଡ’ ଭାବେ ପରିଚିତ ଦକ୍ଷିଣ କଶ୍ମୀରର ମୁଖ୍ୟ ପର୍ଯ୍ୟଟନସ୍ଥଳ ବୈସରନ୍‌ରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି) ସଦସ୍ୟମାନେ ଅନୂ୍ୟନ ୫୦ ରାଉଣ୍ଡ ଗୁଳି ଚଳାଇଛନ୍ତି। ଏହି ଅତର୍କିତ ଆକ୍ରମଣରେ ଜଣେ ଓଡ଼ିଆ ଓ ୨ ଜଣ ବିଦେଶୀଙ୍କ ସମେତ ୨୬ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ କେତେଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ଆହତଙ୍କୁ ଉଦ୍ଧାର କରିବା ପାଇଁ ସେନା ହେଲିକପ୍ଟରକୁ ନିୟୋଜିତ କରାଯାଇଛି। ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ସାଉଦି ଗସ୍ତ ଛାଡ଼ି ଭାରତ ଫେରି ଆସିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବିମାନ ବନ୍ଦରରେ ସଦ୍ୟତମ ପରିସ୍ଥିତି ସମ୍ପର୍କରେ ଏକ ବୈଠକ କରିଛନ୍ତି। ଏଥିରେ ଏନ ଏସଏ ଅଜିତ ଡୋଭାଲ ଉପସ୍ଥିତ ଥିଲେ।

ପହଲଗାମ୍ ହମ୍‌ଲା ପରେ ପର୍ଯ୍ୟଟକମାନେ କାଶ୍ମୀର ଛାଡୁଥିବା ଦେଖିବା ମିଳିଛି। ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ଏୟାର ଇଣ୍ଡିଆ ପକ୍ଷରୁ ସ୍ଵତନ୍ତ୍ର ବିମାନର ବ୍ୟବସ୍ଥା କରାଯାଇଛି।

Leave A Reply

Your email address will not be published.