ପ୍ରମୁଖ ଖବର

ଆଜି ସାରା ଓଡ଼ିଶାରେ ଅଖଚକ ସବୁ ବନ୍ଦ
ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ, କର୍ଣ୍ଣାଟକ ସରକାର
ତତ୍ପର ହେଲା ଗଣଶିକ୍ଷା ବିଭାଗ
ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ପୁଣି ଛାତ୍ରୀଙ୍କୁ ନିର୍ଯ୍ୟାତନା: ଅଧ୍ୟାପକ ଗିରଫ
କନ୍ଧମାଳରୁ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ କଲେ ସୁରକ୍ଷାକର୍ମୀ
ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପହଲଗାମ ଘଟଣାର ବଦ୍‌ଲା ନେବ ଭାରତ

0

ନୂଆଦିଲ୍ଲୀ: ଯେଉଁମାନେ ଆତଙ୍କୀ ଆକ୍ରମଣ ଷଡଯନ୍ତ୍ରରେ ସାମିଲ ଥିଲେ ସେମାନଙ୍କୁ କଳ୍ପନାରୁ ବାହାରେ ମିଳିବ କଠୋର ଦଣ୍ଡ। ଯେଉଁମାନେ ଭାରତର ଆତ୍ମା ଉପରେ ଆକ୍ରମଣ କରିବାର ଦୁଃସାହସ ଦେଖାଇଛନ୍ତି ସେମାନଙ୍କୁ ଛଡା ଯିବନି। ମିଳିବ କଠୋର ଦଣ୍ଡ। ସେମାନଙ୍କୁ ମାଟିରେ ମିଶାଇ ଦିଆଯିବାର ସମୟ ଆସିଛି। ବିହାର ମଧୁବନୀରୁ, ପହଲଗାମରେ ନରସଂହାର ରଚିଥିବା ଆତଙ୍କବାଦୀଙ୍କୁ ଏଭଳି କଡା ଚେତାବନୀ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ମଧୁବଣୀରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମେ ପହଲଗାମରେ ମୃତକଙ୍କୁ ହାତଯୋଡି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ଏବଂ ତା’ପରେ ତାଙ୍କ ଭାଷଣ ଆରମ୍ଭ କରିଥିଲେ।
ପ୍ରଧାନମନ୍ତ୍ରୀ କହିଥିଲେ, ଏପ୍ରିଲ ୨୨ରେ ଆତଙ୍କବାଦୀମାନେ ପହେଲଗାଓଁରେ ୨୮ ନୀରିହ ଲୋକଙ୍କୁ ହତ୍ୟା କଲେ। ଏହି ଘଟଣା ପରେ ଦେଶ ଦୁଃଖରେ ରହିଛି। ଆମେ ପୀଡ଼ିତମାନଙ୍କ ପରିବାର ସାଥୀରେ ଛିଡ଼ା ହୋଇଛୁ। ଆତଙ୍କବାଦୀମାନଙ୍କୁ ଛଡ଼ାଯିବ ନାହିଁ। ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୋଦୀ କହିଛନ୍ତି। ପହଲଗାମରେ ଆତଙ୍କୀଙ୍କ ନରସଂହାର ପରେ ସାରା ଦେଶ ଆଜି ସ୍ତବ୍ଧ। ଅନନ୍ତନାଗର ମିନି ସ୍ବିଜରଲ୍ୟାଣ୍ଡ କୁହାଯାଉଥିବା ପହଲଗାମରେ ପାକିସ୍ତାନ ଆତଙ୍କୀ ଖେଳିଛନ୍ତି ରକ୍ତ ହୋଲି। ନିରୀହ ପର୍ଯ୍ୟଟକଙ୍କୁ ଖୋଜି ଖୋଜି ଗୁଳି କରିଛନ୍ତି। ଏହି ବର୍ବରକାଣ୍ଡରେ ପୂରା ଦେଶ ଆଜି ସ୍ତବ୍ଧ। ସାରା ଦେଶରୁ ଆତଙ୍କୀଙ୍କ ବିରୋଧରେ କଠୋର ଦଣ୍ଡ ପାଇଁ ସ୍ବର ଉଠୁଥିବା ବେଳେ ଆଜି ଆତଙ୍କୀଙ୍କୁ ଚରମବାଣୀ ଶୁଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

Leave A Reply

Your email address will not be published.