ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ପ୍ରଶାନ୍ତଙ୍କ ପରିବାରକୁ ମିଳିବ ୨୦ଲକ୍ଷ ଟଙ୍କାର ସହାୟତା

0

ଭୁବନେଶ୍ବର; ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ଶେଷକୃତ୍ୟ। ପ୍ରଶାନ୍ତ ଶତପଥୀଙ୍କୁ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଇସାଣୀ ଗାଁରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇବା ସହ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ମୃତ ପ୍ରଶାନ୍ତଙ୍କ ପରିବାର ବର୍ଗଙ୍କ ପାଇଁ ୨୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି।
ପ୍ରଶାନ୍ତଙ୍କ ସ୍ତ୍ରୀଙ୍କୁ ମିଳିବ ଚାକିରି ଓ ପୁଅର ପାଠପଢ଼ା ପାଇଁ ସମସ୍ତ ବ୍ୟବସ୍ଥା ସରକାର କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ପ୍ରଶାନ୍ତଙ୍କ ଶେଷ ଯାତ୍ରାରେ ସାମିଲ ହୋଇଛନ୍ତି। ଗତକାଲି ରାତିରେ ମରଶରୀର ଜମ୍ମୁ-କଶ୍ମୀରରୁ ଆସି ଭୁବନେଶ୍ୱରରେ ପହଞ୍ଚିଥିଲା। ଭୁବନେଶ୍ବର ବିମାନବନ୍ଦରରେ ରାତି ପ୍ରାୟ ୧୨ଟା ୩୦ମିନିଟରେ ପହଞ୍ଚିଥିଲା ପ୍ରଶାନ୍ତଙ୍କ ମରଶରୀର।

ପ୍ରଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପିସିସି ସଭାପତି ଭକ୍ତ ଦାସଙ୍କ ସହ ପୋଲିସ ଡିଜି ୱାଇ.ବି ଖୁରାନିଆ ଓ ବରିଷ୍ଠ ପୋଲିସ ଅଧିକାରୀ।

Leave A Reply

Your email address will not be published.