ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ମନ୍ତ୍ରୀଙ୍କ ଚେତାବନୀ: ଛୁଟିରେ ସ୍କୁଲ ଖୋଲିଲେ ହେବ କାର୍ଯ୍ୟାନୁଷ୍ଠାନ

0

ଭୁବନେଶ୍ବର: ବେସରକାରୀ ସ୍କୁଲ ଓ କଲେଜକୁ ରାଜସ୍ୱ ମନ୍ତ୍ରୀଙ୍କ ଚେତାବନୀ। ଛୁଟିରେ ସ୍କୁଲ ଖୋଲିଲେ ହେବ ଆକ୍ସନ। ଘରୋଇ ସ୍କୁଲ ମାଲିକଙ୍କୁ ତାଗିଦ କଲେ ସରକାର। ସରକାରଙ୍କ ନିର୍ଦ୍ଦେଶକୁ ଅବମାନନା କଲେ ନିଆଯିବ ଆକ୍ସନ।

ଗ୍ରୀଷ୍ମପ୍ରବାହ ପାଇଁ ଜାରି ହୋଇଛି ଏସଓପି। ସରକାରଙ୍କ ଏହି ଗ୍ରୀଷ୍ମ ପ୍ରବାହ ଏସଓପି ନମାନିଲେ କାର୍ଯ୍ୟାନୁଷ୍ଠାନ ହେବ। ଏସଓପି ନମାନି ସ୍କୁଲ, କଲେଜ ଖୋଲିଲେ କାର୍ଯ୍ୟାନୁଷ୍ଠାନ ହେବ। ଗ୍ରୀଷ୍ମ ପ୍ରବାହକୁ ନେଇ ପଦକ୍ଷେପ ନିଆଯାଇଛି। ସ୍ଥିତି ନିୟନ୍ତ୍ରଣରେ ରହିଛି। ଅତି ଆବଶ୍ୟକ ନଥିଲେ ଘରୁ ନବାହାରିବାକୁ ଅପିଲ କରାଯାଇଛି। ଅଂଶୁଘାତ ଓ୍ବାର୍ଡ ପ୍ରସ୍ତୁତ ରଖିବାକୁ ସିଏଚ୍‌ସି ଏବଂ ପିଏଚ୍‌ସିକୁ ମଧ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
୨୩ ତାରିଖଠାରୁ ଅଙ୍ଗନବାଡି, ଶିଶୁବାଟିକାଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି।

ନିର୍ଦ୍ଦେଶ ଅନୁଯାୟୀ ଅଙ୍ଗନବାଡି କେନ୍ଦ୍ର, ଶିଶୁବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିଛି। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲା ମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି।

Leave A Reply

Your email address will not be published.