ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ବଢ଼ିଲା ପୋଲିସ କର୍ମଚାରୀଙ୍କ ଭତ୍ତା

0

ଭୁବନେଶ୍ବର: ପୋଲିସ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାର ପୋଲିସ କର୍ମଚାରୀଙ୍କ ଭତ୍ତା ଏବଂ ପ୍ରୋତ୍ସାହନ ରାଶିକୁ ବୃଦ୍ଧି କରିଛନ୍ତି। କନଷ୍ଟେବଲଙ୍କଠାରୁ ଆରମ୍ଭ କରି ଇନ୍ସପେକ୍ଟର ଯାଏଁ ପୋଷାକ ଭତ୍ତା ଦୁଇ ଗୁଣ ବୃଦ୍ଧି ପାଇଛି। ଇନ୍ସପେକ୍ଟରଙ୍କ ପୋଷାକ ଭତ୍ତା ୪୩୦୦ଟଙ୍କାରୁ ୮୬୦୦ ଟଙ୍କାକୁ ବୃଦ୍ଧି ପାଇଛି।
ଇନ୍ସପେକ୍ଟରଙ୍କ ପୋଷାକ ଭତ୍ତା ୪,୩୦୦ ଟଙ୍କାରୁ ୮,୬୦୦ ଟଙ୍କାକୁ ବଢ଼ାଇଛନ୍ତି। ଏସଆଇ ଏବଂ ଏଏସଆଇଙ୍କ ପୋଷାକ ଭତ୍ତା ୪,୨୦୦ ଟଙ୍କାରୁ ୮,୪୦୦ ଟଙ୍କାକୁ ବଢ଼ିଛି। ସେହିପରି ହାବିଲଦାର, କନଷ୍ଟେବଲ ଓ ସିପାହୀଙ୍କ ବାର୍ଷିକ ପୋଷାକ ଭତ୍ତା ୫,୦୦୦ ଟଙ୍କାରୁ ୧୦,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର। ଏହାବ୍ୟତୀତ ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସର ଏକ୍ସ ଆର୍ମି କର୍ମଚାରୀଙ୍କ ପୋଷାକ ଭତ୍ତା ୫ ହଜାର ୯୦୦ ଟଙ୍କାରୁ ୧୧ ହଜାର ୮୦୦ ଟଙ୍କାକୁ ବୃଦ୍ଧି ପାଇଛି।

କନଷ୍ଟେବଳ, ସିପାହୀଙ୍କ ପାଇଁ ଅତିରିକ୍ତ ଡ୍ୟୁଟି ବାର୍ଷିକ ପ୍ରୋତ୍ସାହନ ରାଶି ୨୫ ହଜାରକୁ ବଢ଼ିଥିବାବେଳେ ହାବିଲଦାରଙ୍କ ପ୍ରୋତ୍ସାହନ ରାଶି ୩୦ ହଜାର ଟଙ୍କାକୁ ବଢ଼ାଇଛନ୍ତି ରାଜ୍ୟ ସରକାର। ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବାକୁ ସରକାର ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି।

Leave A Reply

Your email address will not be published.