ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଶିକ୍ଷା କ୍ଷେତ୍ରରେ ଉତ୍କର୍ଷ ସମ୍ମାନରେ ସୋଆ ସମ୍ମାନିତ

0

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟକୁ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ‘ଏକ୍ସିଲେନ୍ସ ଇନ୍ ଦ ଫିଲ୍ଡ ଅଫ୍ ଏଜୁକେସନ୍‌’ ସମ୍ମାନରେ ସମ୍ମାନିତ କରାଯାଇଛି। ନ୍ୟୁଜ ଚ୍ୟାନେଲ୍ ଭାରତ ଟ୍ୱେଂଟି ଫୋର ପକ୍ଷରୁ ନିକଟରେ ନୁଆଦିଲ୍ଲୀ ଠାରେ ଆୟୋଜିତ ବିକଶିତ ଭାରତ ୨୦୪୭, ଭିଜନ ଅଫ୍ ନ୍ୟୁ ଇଣ୍ଡିଆ କନ୍‌କ୍ଲେଭ୍‌ରେ କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ବିଭାଗ ମନ୍ତ୍ରୀ ଶ୍ରୀ ନୀତିନ୍ ଗଡ଼କରୀ ଏହି ସମ୍ମାନ ପ୍ରଦାନ କରିଛନ୍ତି।
ସୋଆ ପକ୍ଷରୁ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଓ ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ଶୁଭଦର୍ଶିନୀ ମିଶ୍ର ଶ୍ରୀ ଗଡ଼କରୀଙ୍କ ଠାରୁ ଏହି ସମ୍ମାନ ଗ୍ରହଣ କରିଥିଲେ। ଏହି ଅବସରରେ ଭାରତ ଟ୍ୱେଂଟି ଫୋରର ସିଇଓ ତଥା ଏଡିଟ୍‌ର ଇନ୍ ଚିଫ୍ ଶ୍ରୀ ଜଗଦୀଶ ଚନ୍ଦ୍ର ଏବଂ ଚିଫ୍ ବିଜିନେସ୍ ଅଫିସର ଶ୍ରୀ ମନୋଜ ଜିଜ୍ଞାସୀ ଉପସ୍ଥିତ ଥିଲେ। ସମ୍ମାନ ପ୍ରଦାନ ସମୟରେ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଓଏସ୍‌ଡି ଶ୍ରୀ ପ୍ରୀତମ ନାୟକ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ନନ୍ଦ ବିଶ୍ୱବିଦ୍ୟାଳୟ ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରିବା ସହ ବିକଶିତ ଭାରତ ୨୦୪୭ ପରିପ୍ରେକ୍ଷୀରେ ସୋଆର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ଛତିଶଗଡ଼ର ଉପ ମୁଖ୍ୟମନ୍ତ୍ରୀ ଶ୍ରୀ ଅରୁଣ ସାଓ, ଉତରପ୍ରଦେଶ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ ବ୍ରଜେଶ ପାଠକ, କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ ଶ୍ରୀମତି ରକ୍ଷା ଫଡସେ ଏବଂ ଉତର ପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଶ୍ରୀ ଅବନୀଶ ଅବସ୍ଥି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

Leave A Reply

Your email address will not be published.