ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ପାକିସ୍ତାନୀ ମହିଳାଙ୍କୁ ଦେଶ ଛାଡିବାକୁ କମିଶନରେଟ୍ ପୋଲିସର ନୋଟିସ୍

0

ଭୁବନେଶ୍ବର: ଓଡିଶାରୁ ସମସ୍ତ ପାକିସ୍ତାନୀଙ୍କୁ ବିଦା କରିବା ପାଇଁ ପ୍ରକ୍ରିିୟା ଆରମ୍ଭ ହୋଇ ସାରିଛି। ଭୁବନେଶ୍ୱରରେ ଅଛନ୍ତି ଜଣେ ପାକିସ୍ତାନୀ ମହିଳା। ଦୀର୍ଘମିଆଦି ଭିସାରେ ୨୦୦୮ରୁ ଭୁବନେଶ୍ୱରରେ ରହୁଛନ୍ତି। ଓଡ଼ିଆ ଯୁବକଙ୍କୁ ବିବାହ କରି ଭୁବନେଶ୍ୱରରେ ରହୁଛନ୍ତି ମହିଳା। ତୁରନ୍ତ ପାକିସ୍ତାନ ଫେରିଯିବାକୁ କମିଶନରେଟ୍ ପୋଲିସର ନୋଟିସ୍। ୨୦୨୪ରେ ମହିଳାଙ୍କ ଭିଜା ଅବଧି ଶେଷ ହୋଇଯାଇଥିଲେ ମଧ୍ୟ ସେ ଭୁବନେଶ୍ୱରେ ରହୁଥିଲେ।

ମହିଳା ଜଣଙ୍କ ଭାରତ ଛାଡ଼ି ପାକିସ୍ତାନ ଚାଲିଯିବା ନିମନ୍ତେ ଏଗଜିଟ୍‌ ଭିସା ପାଇଁ କମିଶନରେଟ୍‌ ପୋଲିସ ନିକଟରେ ଆବେଦନ କରିଥିଲେ କିନ୍ତୁ ସେ ଆବେଦନ ପଡି ରହିଥିଲା। ଏବେ ପହଲଗାମ୍‌ ଘଟଣା ପରେ ସମସ୍ତ ପାକିସ୍ତାନୀ ଭାରତ ଛାଡିବା ପାଇଁ ନିର୍ଦ୍ଦେଶ ଥିବା ବେଳେ ସମ୍ପୃକ୍ତ ପାକିସ୍ତାନୀ ମହିଳାଙ୍କୁ ମଧ୍ୟ ଭୁବନେଶ୍ୱର ଛାଡି ଯିବା ପାଇଁ ପୋଲିସ ନୋଟିସ୍‌ ହୋଇଛି।

ପହଲଗାମ ଆତଙ୍କବାଦୀ ଘଟଣାକୁ ନେଇ ଗତକାଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଥିଲେ। ଉକ୍ତ ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ପାକ୍‌ ନାଗରିକଙ୍କ ଭିଜା ବନ୍ଦ କରିବାକୁ ଶାହା ନିର୍ଦ୍ଦେଶ ଦେଇଥିଲେ। ନିଜ ରାଜ୍ୟରେ ଥିବା ପାକ୍‌ ନାଗରିକଙ୍କୁ ଚିହ୍ନଟ କର। ତାଙ୍କର ଭିଜା ବନ୍ଦ କରି ତୁରନ୍ତ ରାଜ୍ୟରୁ ବନ୍ଦ କରିବାକୁ ଶାହା ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶକୁ ମାନି କମିଶନରେଟ୍‌ ପୋଲିସ ପକ୍ଷରୁ ଜୋର୍‌ଦାର୍‌ ତନାଘନା ଚାଲିଛି। ସେପଟେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନାନୁଯାୟୀ ସମସ୍ତ ପାକିସ୍ତାନୀଙ୍କୁ ଚିହ୍ନଟ କରାଯାଇଛି।

Leave A Reply

Your email address will not be published.