ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଶିଶୁ ବାଟିକା, ପ୍ରଥମ ଓ ୨ୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’

0

ଭୁବନେଶ୍ବର: ଶିଶୁ ବାଟିକା, ପ୍ରଥମ ଓ ୨ୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’। ଏନସିଇଆରଟି ଦ୍ୱାରା ପ୍ରସ୍ତୁତ ଏହି କିଟ୍‌କୁ ୪୫ ହଜାର ସ୍କୁଲରେ ବଣ୍ଟନ ହେବ। ଏନେଇ ରାଜ୍ୟ ସରକାର ୯୦ କୋଟି ଖର୍ଚ୍ଚ କରିବେ। ଲୋକସେବା ଭବନରେ ‘ଯାଦୁପେଡି’ ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ ଯାଦୁପେଡି ଭିତରେ ଥିବା ବିଭିନ୍ନ ସାମଗ୍ରୀ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

ମୁଖ୍ୟମନ୍ତ୍ରୀ ଏହି ପେଡି ଭିତରେ ଥିବା ସାମଗ୍ରୀ ଦେଖି ଖୁସି ବ୍ୟକ୍ତ କରି କହିଛନ୍ତି,ଛୋଟ ଛୋଟ ପିଲାମାନେ ନିଜ ପାରିପାର୍ଶ୍ଵିକ ଅଂଚଳରେ ବ୍ୟବହାର୍ଯ୍ୟ ସାମଗ୍ରୀ ଓ ଏହାର ଉପଯୋଗୀତା ବିଷୟରେ ଏହି ଯାଦୁପେଡିରେ ଥିବା ଖେଳନାରୁ ଶିଖି ପାରିବେ। ଶିଶୁ ମାନଙ୍କୁ ଏହି ଯାଦୁପେଡ଼ିର ଖେଳନା ଗୁଡିକ ଶିଖିବା ସହିତ ପାଠ ପ୍ରତି ମଧ୍ୟ ଆକର୍ଷିତ କରିବ।

ସୂଚନାଯୋଗ୍ୟ ଯେ, ନୂତନ ଶିକ୍ଷା ନୀତି ୨୦୨୦ ଅନୁଯାୟୀ ଛୋଟ ଛୋଟ ପିଲାମାନଙ୍କ ପାଇଁ ଏହି ଯାଦୁପେଡିର ପରିକଳ୍ପନା କରାଯାଇଛି। ଏହାକୁ ଏନସିଇଆରଟି ଦ୍ୱାରା ପ୍ରସ୍ତୁତ କରାଯାଇଛି। ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ପାଇଁ ଏହି କିଟ୍ ପ୍ରଦାନ କରାଯିବ। ପ୍ରତ୍ୟେକ କିଟ୍ ପାଇଁ ପ୍ରାୟ ୨୦ ହଜାର ଟଙ୍କା ଖର୍ଚ୍ଚ କରାଯାଇଛି। ରାଜ୍ୟର ୪୫ ହଜାର ସ୍କୁଲରେ ଏହାକୁ ବଣ୍ଟନ କରାଯିବ ଏବଂ ସମୁଦାୟ ୯୦ କୋଟି ଟଙ୍କା ଖର୍ଚ୍ଚ ହେବ।

Leave A Reply

Your email address will not be published.