ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

0

ତାଳଚେର: ପୋଲିସ ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ। ଅନୁଗୋଳ ଜିଲା ତାଳଚେର ବଲଣ୍ଡା ଅଞ୍ଚଳରେ ମଙ୍ଗଳବାର ସକାଳେ ଏକଓଆଇଏସଏଫ ପୋଲିସ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଭଳି ଖବର ସାମ୍ନାକୁ ଆସିଛି ଅନୁଗୁଳ ଜିଲ୍ଲା ତାଳଚେର ବଲଣ୍ଡା ଅଞ୍ଚଳରେ। ମୃତକ ହେଲେ ସ୍ଥାନୀୟ ଗୁରୁଦ୍ୱାର ଅଞ୍ଚଳର ୪୦ ବର୍ଷୀୟ ସୁଶାନ୍ତ ସାହୁ।

ସୂଚନା ଅନୁସାରେ, ମଙ୍ଗଳବାର ସକାଳୁ ସୁଶାନ୍ତ ନନ୍ଦିରା ଅଞ୍ଚଳକୁ ନିଜ ଦୋକାନ ଖୋଲିବାକୁ ଯାଉଥିଲେ। ଏହି ସମୟରେ ଏକ ଓଆଇଏସଏଫ ପୋଲିସ ଗାଡ଼ି ଦୃତ ଗତିରେ ଆସି ସୁଶାନ୍ତଙ୍କ ସ୍କୁଟିକୁ ଧକ୍କା ଦେଇ ଘୋଷାଡ଼ି ନେଇଥିଲା। ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

ହେଲେ ସବୁଠୁ ଆଶ୍ଚର୍ଯ୍ୟର ବିଷୟ ହେଉଛି ଯେ, ଘଟଣା ସ୍ଥଳରୁ ଧକ୍କା ଦେଇଥିବା ଓଆଇଏସଏଫ୍ ର ବୋଲେରୋଟି ରହିବା ଫଳରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । ଏନେଇ ପରିବାର ଲୋକ ଓ ସ୍ଥାନୀୟ ଲୋକ ପହଞ୍ଚି କ୍ଷତିପୂରଣ ଦାବିରେ ତାଳଚେର ବଲଣ୍ଡା ରାସ୍ତାକୁ ଅବରୋଧ କରିଥିଲେ। ଖବର ପାଇ କଲିୟାରୀ ପୋଲିସ ପହଞ୍ଚି ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରି ବୁଝାସୁଝା କରିବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ।

Leave A Reply

Your email address will not be published.