ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

୫୧ ଲକ୍ଷ ଚାଷୀଙ୍କୁ ୧ କୋଟି ଟଙ୍କାର ସିଏମ୍ କିଷାନ ସହାୟତା ରାଶି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଆଜି ପବିତ୍ର ଅକ୍ଷୟ ତୃତୀୟା। ସୁଖ, ସମୃଦ୍ଧି ଓ ସୌଭାଗ୍ୟର ଦିନ। ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଭୁବନେଶ୍ୱର ବରମୁଣ୍ଡା ଓୟୁଏଟି ଫାର୍ମ ଠାରେ ରାଜ୍ୟ ସ୍ତରୀୟ କୃଷକ ଦିବସ ସମାରୋହ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚାଷୀଙ୍କ ଆକାଉଣ୍ଟକୁ ସିଏମ କିଷାନ ଟଙ୍କା ପଠାଯାଇଛି। ମୁଖ୍ୟମନ୍ତ୍ରୀ ସିଏମ୍ କିଷାନ ଯୋଜନାରେ ରାଜ୍ୟର ୫୦,୧୬,୯୩୮ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ, ୪୯,୪୮୨ ସଂଖ୍ୟକ ଭୂମିହୀନ କୃଷି ପରିବାର ଏବଂ ୨,୩୮୨ ଜନଜାତି କୃଷକ ପରିବାରକୁ ୨୦୨୫ ଖରିଫ ଫସଲ ୠତୁ ପାଇଁ ୧୦୨୫ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି।

ଏହି ଅବସରରେ ସମୁଦାୟ ୫୧ ଲକ୍ଷ ଚାଷୀ ଏହି ସହାୟତା ରାଶି ପାଇଲେ। ଏଥିରେ ସହରାଞ୍ଚଳର ୨୫,୫୩୨ ଜଣ ଚାଷୀ ପ୍ରଥମ ଥର ପାଇଁ ଅନ୍ତର୍ଭୁକ୍ତ ହୋଇଛନ୍ତି। ଆଗୁଆ ସହାୟତା ପ୍ରଦାନ କରାଯାଉଥିବା ଯୋଗୁ ଏହି ରାଶି ରାଜ୍ୟର ଚାଷୀ ଭାଇ ମାନଙ୍କୁ କୃଷି କାର୍ଯ୍ୟ ନିମନ୍ତେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଥିଲେ ସ୍ୱାଧୀନତା ସମୟରେ ଆମ ଦେଶର ପ୍ରାୟ ୩୩ କୋଟି ଜନତାଙ୍କୁ ଆମେ ଖାଦ୍ୟ ଦେବାରେ ଅସମର୍ଥ ଥିଲୁ। କିନ୍ତୁ, ଆଜି ଆମ ଦେଶ ଖାଦ୍ୟ ଶସ୍ୟ ତଥା ଅନ୍ୟ ଖାଦ୍ୟ ପଦାର୍ଥ ଉତ୍ପାଦନରେ ସ୍ୱାବଲମ୍ବୀ ହେବା ସହିତ କୃଷିଜାତ ସାମଗ୍ରୀ ରପ୍ତାନୀ ମଧ୍ୟ କରୁଛି। ବର୍ତ୍ତମାନ ଭାରତ କୃଷି ଏବଂ ଆନୁଷଙ୍ଗୀକ କୃଷି ଉତ୍ପାଦ ରପ୍ତାନୀ କରିବାରେ ଏକ ପ୍ରମୁଖ ରାଷ୍ଟ୍ର।

ସେ ପୁଣି କହିଥିଲେ, ଆମ ରାଜ୍ୟର ୬୦ ପ୍ରତିଶତରୁ ଅଧିକ ଲୋକ କୃଷି ଓ ଆନୁଷଙ୍ଗୀକ କାର୍ଯ୍ୟ ଉପରେ ନିର୍ଭର କରିଥାନ୍ତି। ରାଜ୍ୟର ମୋଟ ଅଭିବୃଦ୍ଧିର ୨୨ ପ୍ରତିଶତ କୃଷି ଓ ଆନୁଷଙ୍ଗୀକ କ୍ଷେତ୍ରରୁ ଆସିଥାଏ। ଚାଷ ସହିତ ନିଜର ଅନୁଭୂତି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଚାଷ କାର୍ଯ୍ୟ କଠିନ ପରିଶ୍ରମର କାର୍ଯ୍ୟ। ଶସ୍ୟ ନିଅଣ୍ଟିଆ ରାଜ୍ୟରୁ ଶସ୍ୟ ବଳକା ରାଜ୍ୟରେ ପରିଣତ କରିଥିବାରୁ ମୁଖ୍ୟମନ୍ତ୍ରୀ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କ କଠିନ ପରିଶ୍ରମକୁ ପ୍ରଶଂସା କରିବା ସହିତ ଧନ୍ୟବାଦ ଦେଇଥିଲେ। ଜଳବାୟୁ ଅନୁକୂଳ କୃଷି କାର୍ଯ୍ୟ ଆପଣାଇବା ପାଇଁ ସେ ଚାଷୀ ଭାଇ ଭଉଣୀ ମାନଙ୍କୁ ପରାମର୍ଶ ଦେଇଥିଲେ।

Leave A Reply

Your email address will not be published.