ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ରାଜଧାନୀ ବିଚ୍‌ ରାସ୍ତାରେ ଜଳିଗଲେ କଲେଜ ଛାତ୍ର

0

ଭୁବନେଶ୍ବର; ରାଜଧାନୀରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଇମ୍ଫୋଭାଲି ଥାନା ମଦନପୁରର ରାଜ ରାସ୍ତାରେ ଜଳିଗଲେ ଜଣେ ଘରୋଇ କଲେଜ ଛାତ୍ର। ଅର୍ଧଦଗ୍ଧ ଅବସ୍ଥାରେ ଆହତ ଛାତ୍ରଙ୍କୁ କଟକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଛାତ୍ର ଜଣକଙ୍କର ପରିଚୟ ସମ୍ବଲପୁରର ପ୍ରଦୀପ ପାଢୀ ବୋଲି ଜଣାପଡ଼ିଛି।

ସୂଚନା ମୁତାବକ, ଇମ୍ଫୋଭାଲି ଥାନା ଅଧିନ ମଦନପୁର ରାସ୍ତାରେ ଛାତ୍ର ଜଣକ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଛନ୍ତି ନାଁ କେହି ଦୁର୍ବୃତ୍ତ ତାଙ୍କୁ ଜାଳି ଦେଇଛି ଏନେଇ କୌଣସି ସୂଚନା ନାହିଁ। ଛାତ୍ରଙ୍କୁ ଜଳୁଥିବାର ଦେଖି ପ୍ରଥମେ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇ ଛାତ୍ର ଜଣଙ୍କୁ ତୁରନ୍ତ ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରିଥିଲେ।

ହେଲେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ତେବେ କିପରି ଏ ଘଟଣା ଘଟିଲା ସେନେଇ ତଦନ୍ତ କରୁଛି ଇମ୍ଫୋଭାଲି ପୋଲିସ।

Leave A Reply

Your email address will not be published.