ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଶ୍ରମିକଙ୍କ ଦୈନିକ ମଜୁରୀ ବଢାଇଲେ ସରକାର

0

ଭୁବନେଶ୍ବର: ରାଜ୍ୟରେ ଶ୍ରମିକମାନଙ୍କ ଦୈନିକ ଦରମା ବୃଦ୍ଧି କରିଛନ୍ତି ସରକାର। ଏହି ବର୍ଦ୍ଧିତ ଦରମା ପିଛିଲା ଭାବେ ଏପ୍ରିଲ ମାସ ପହିଲାରୁ ଲାଗୁ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ମଞ୍ଜୁରୀ ଦେଇଛନ୍ତି।

ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ସୁନାମ ଅର୍ଜନ କରିଥିବା ମୁଖ୍ୟମନ୍ତ୍ରୀ ମାଝୀ ଶ୍ରମିକ ମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ମଜୁରୀ ବୃଦ୍ଧି କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଅଣକୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୪୫୨ ଟଙ୍କାରୁ ୪୬୨ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୫୦୨ ଟଙ୍କାରୁ ୫୧୨ ଟଙ୍କା, କୁଶଳୀ ଶ୍ରମିକ ମାନଙ୍କ ଦୈନିକ ମଜୁରୀ ୫୫୨ ଟଙ୍କାରୁ ୫୬୨ ଟଙ୍କା ଏବଂ ଉଚ୍ଚ-କୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୬୦୨ ଟଙ୍କାରୁ ୬୧୨ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ମଜୁରୀ ପିଛିଲା ଭାବେ ଏପ୍ରିଲ ପହିଲାରୁ ଲାଗୁ ହେବ।

Leave A Reply

Your email address will not be published.