ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ଶ୍ରମିକଙ୍କ ଦୈନିକ ମଜୁରୀ ବଢାଇଲେ ସରକାର

0

ଭୁବନେଶ୍ବର: ରାଜ୍ୟରେ ଶ୍ରମିକମାନଙ୍କ ଦୈନିକ ଦରମା ବୃଦ୍ଧି କରିଛନ୍ତି ସରକାର। ଏହି ବର୍ଦ୍ଧିତ ଦରମା ପିଛିଲା ଭାବେ ଏପ୍ରିଲ ମାସ ପହିଲାରୁ ଲାଗୁ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ମଞ୍ଜୁରୀ ଦେଇଛନ୍ତି।

ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ସୁନାମ ଅର୍ଜନ କରିଥିବା ମୁଖ୍ୟମନ୍ତ୍ରୀ ମାଝୀ ଶ୍ରମିକ ମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ମଜୁରୀ ବୃଦ୍ଧି କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଅଣକୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୪୫୨ ଟଙ୍କାରୁ ୪୬୨ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୫୦୨ ଟଙ୍କାରୁ ୫୧୨ ଟଙ୍କା, କୁଶଳୀ ଶ୍ରମିକ ମାନଙ୍କ ଦୈନିକ ମଜୁରୀ ୫୫୨ ଟଙ୍କାରୁ ୫୬୨ ଟଙ୍କା ଏବଂ ଉଚ୍ଚ-କୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୬୦୨ ଟଙ୍କାରୁ ୬୧୨ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ମଜୁରୀ ପିଛିଲା ଭାବେ ଏପ୍ରିଲ ପହିଲାରୁ ଲାଗୁ ହେବ।

Leave A Reply

Your email address will not be published.