ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୪ ଜୀବନ୍ତ ଦଗ୍ଧ

0

କୋଲକାତା: ହୋଟେଲରେ ଅଗ୍ନିକାଣ୍ଡ ଘଟି ୧୪ ଜଣ ଲୋକ ଜୀବନ୍ତ ଦଗ୍ଧ। କୋଲକାତା ବଡ଼ ବଜାରରେ ଏକ ହୋଟେଲ୍‌ରେ ଗତରାତିରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଧିକ ଗୁରୁତର ହୋଇଥିବା ସୂଚନା ରହିଛି। ମୃତ୍ୟୁ ସଂଖ୍ୟା ଆହୁରି ବଢିବା ଆଶଙ୍କା ରହିଛି। ହୋଟେଲ ଉପର ମହଲାରେ ଅଗ୍ନିକାଣ୍ଡ ଘଟିଛି। କିଛି ଲୋକ ବାଲକୋନିରୁ ତଳକୁ ଡେଇଁ ପଡ଼ିଥିବା ସୂଚନା ମିଳିଛି। ଅନେକ ଲୋକ ହୋଟେଲ୍‌ ଭିତରେ ଫସିଥିବା ଆଶଙ୍କା ଥିବାବେଳେ ଘଟଣାସ୍ଥଳରେ ରେସ୍‌କ୍ୟୁ ଅପରେସନ୍ ଜାରି ରହିଛି। ତେବେ କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା ତାର କାରଣ ଅସ୍ପଷ୍ଟ ରହିଛି।

ଖବର ମୁତାବକ, ମଙ୍ଗଳବାର ବିଳମ୍ବିତ ରାତିରେ କୋଲକାତାର ବାରା ବଜାର ଅଞ୍ଚଳର ମାଛୁଆ ଫାଲ ମଣ୍ଡି ନିକଟରେ ଥିବା ଋତୁରାଜ ହୋଟେଲରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ପରେ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ବହୁ କସରତ ପରେ ନିଆଁକୁ ଆୟତ୍ତ କରିଥିଲା।ଘଟଣାସ୍ଥଳରେ କୋଲକାତା ପୋଲିସ କମିଶନର ମନୋଜ କୁମାର ବର୍ମା ଅଗ୍ନିକାଣ୍ଡ ଘଟଣାରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଅଗ୍ନିକାଣ୍ଡରେ ବର୍ତ୍ତମାନ ସୁଦ୍ଧା ୧୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ନିଆଁକୁ ନିୟନ୍ତ୍ରଣ କରାଯାଇଛି ଏବଂ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ନିଆଁ କିପରି ଲାଗିଲା ତାହା ଜଣାପଡିନଥିବା ବେଳେ କାରଣ ଯାଣିବାକୁ ଅଧିକ ତଦନ୍ତ ଚାଲିଛି। ତଦନ୍ତ ପାଇଁ ଏକ ସ୍ବତନ୍ତ୍ର ଦଳ ମଧ୍ୟ ଗଠନ କରାଯାଇଛି।

Leave A Reply

Your email address will not be published.