ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଖିମୁଠି ଅନୁକୂଳ। ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱର ଓୟୁଏଟି ପରିସର ଫାର୍ମରେ ଅଖୀମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ। ହଳ କରି ଧାନ ବୁଣିଲେ ମୁଖ୍ୟମନ୍ତ୍ରୀ। ଆଜି ପାଳିତ ହେଉଛି ରାଜ୍ୟସ୍ତରୀୟ କୃଷକ ସମାରୋହ।

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲେଖିଛନ୍ତି, “ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। କୃଷି ଓ କୃଷକଙ୍କ ପାଇଁ ଅକ୍ଷୟ ତୃତୀୟା ପର୍ବ ସ୍ୱତନ୍ତ୍ର। ମହାପ୍ରଭୁଙ୍କ ଆଶୀର୍ବାଦରୁ ଆଜିର ଅଖୀମୁଠି ଅନୁକୂଳ ଶୁଭ ହେଉ। ଚଳିତ ବର୍ଷ ଭଲ ଫସଲ ଅମଳରେ ଚାଷୀ ଭାଇ, ଭଉଣୀଙ୍କ ଅମାର ପରିପୂର୍ଣ୍ଣ ହେଉ। ଏହି ପବିତ୍ର ଅବସରରେ ରାଜ୍ୟର ସମୃଦ୍ଧି ସହ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି। “

ତେବେ ରାଜଧାନୀର ଓୟୁଏଟି ଫାର୍ମରେ ଅଖିମୁଠି ଅନୁକୂଳ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ଏକାମ୍ର ବିଧାୟକ ବାବୁ ସିଂହ ପ୍ରମୁଖ ଉପସ୍ଥିତ ଥିଲେ।

ଅନ୍ୟପଟେ, ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପତି ବ୍ରହ୍ମପୁର ଗୋଳନ୍ଥରା ଗ୍ରାମର କୃଷି ବିଜ୍ଞାନ କେନ୍ଦ୍ରରେ ଜିଲ୍ଲାସ୍ତରୀୟ ଅକ୍ଷୟ ତୃତୀୟା କୃଷକ କାର୍ଯ୍ୟକ୍ରମରେ ଯୋଗ ଦେଇ ଅଖିମୁଠି ଅନୁକୂଳ କରିଛନ୍ତି। ରାଜ୍ୟପାଳ ସେଠାରେ ଏକ ଚାଷୀ ପରି ଜମିରେ ହଳଲଙ୍ଗଳ ଧରି ହଳ କରିଥିଲେ। ଏହି ଅବସରରେ ଇସ୍ପାତ, ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା ମଧ୍ୟ ଉପସ୍ଥିତ ଥିଲେ।

Leave A Reply

Your email address will not be published.