ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯବାନଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କା ସହ ନିଯୁକ୍ତି

0

ଭୁବନେଶ୍ବର: କଟକର ପ୍ରଭାସିନୀ ବେହେରା ଓ ରାୟଗଡାର ଦେବୀ ଶବରଙ୍କୁ ସହାୟତାର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ। ଦୁହିଁଙ୍କ ସ୍ୱାମୀ ପି.ସି.ଆର୍ ଭ୍ୟାନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟଙ୍କୁ ହୋମଗାର୍ଡ ପଦବୀ ପାଇଁ ନିଯୁକ୍ତି ପତ୍ର ଓ ୧୦ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କର ଭଲମନ୍ଦ ପଚାରି ବୁଝିବା ସହ ଅଧୈର୍ଯ୍ୟ ନହେବାକୁ ପରାମର୍ଶ ଦେଇଥିଲେ। ଏପରିକି ସରକାର ସେମାନଙ୍କ ସହିତ ଅଛନ୍ତି ବୋଲି ସେ କହିଥିଲେ। ସେମାନଙ୍କର ଆଗାମୀ ଜୀବନ ଓ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ସର୍ବକୁଶଳ କାମନା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହୃଦୟତା ପାଇଁ ସେମାନେ ଅଶ୍ରୁଳ ନୟନରେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ।

ସୂଚନା ଅନୁଯାୟୀ, ପ୍ରଭାସିନୀଙ୍କ ସ୍ୱାମୀ ଜଗବନ୍ଧୁ ମାହାଲି ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିଲେ ଏବଂ ଦେବୀଙ୍କ ସ୍ୱାମୀ ଲୋକନାଥ ଶବର ଓ.ଏ.ପି.ଏଫ୍ ଯବାନ ଭାବେ କାର୍ଯ୍ୟ କରୁଥିଲେ। ଉଭୟ କଟକରେ କର୍ତ୍ତବ୍ୟରତ ଥିବା ସମୟରେ ଗତ ୨୨ ତାରିଖ ଦିନ ପି.ସି.ଆର୍ ଭ୍ୟାନ୍‌ରେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାଣ ହରାଇଥିଲେ। ତେବେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ୍ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ, ହୋମଗାର୍ଡ ଓ ଅଗ୍ନିଶମ ବିଭାଗର ମହାନିର୍ଦ୍ଦେଶକ ଡଃ ସୁଧାଂଶୁ ଷଡଙ୍ଗୀ ଓ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.