ପ୍ରମୁଖ ଖବର

ଜଗନ୍ନାଥବଲ୍ଲଭ ପାର୍କିଂରୁ ତଳକୁ ଖସିଲା ବୋଲୋରୋ, ଡ୍ରାଇଭର ଗୁରୁତର
ସବୁ ଥାନାରୁ ହଟିବ ଜବତ ଗାଡ଼ି: ମେୟର
ଯୌତୁକ ବର୍ବରତା: ପୁଅ ଆଗରେ ମାଆକୁ ଜିଅନ୍ତା ପୋଡିଲା ବାପା
ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ: ନଗର ଉନ୍ନୟନ ମନ୍ତ୍ରୀ
ସମ୍ବଲପୁରରେ ହେବ ଓୟୁଏଟିର ନୂଆ କ୍ୟାମ୍ପସ: ଉପମୁଖ୍ୟମନ୍ତ୍ରୀ
ଅଜଣା ଗାଡି ଧକ୍କାରେ ଏଏସଆଇଙ୍କ ମୃତ୍ୟୁ
ଗୃହବନ୍ଦୀ ହେଲେ ଚମ୍ପାଇ ସୋରେନ
ବେଟିଂ ରାକେଟରେ ସଂପୃକ୍ତିି; କଂଗ୍ରେସ ବିଧାୟକ ଗିରଫ

ଆଜିଠୁ ଜୁଲାଇ ୩୧ ପର୍ଯ୍ୟନ୍ତ ଭିତରକନିକା ବନ୍ଦ

0

କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ଆଜିଠାରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ କେନ୍ଦ୍ରାପଡ଼ାର ଭିତରକନିକା ବନ୍ଦ ରହିବ। ଏହି ସମୟରେ ପ୍ରଜନନ ପାଇଁ ବଉଳା କୁମ୍ଭୀର ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରିବାର ଆଶଙ୍କା ରହିଛି।

ତେଣୁ ଏହାକୁ ଦୃଷ୍ଟିରେ ରଖି ବନବିଭାଗ ଭିତରକନିକାକୁ ପର୍ଯ୍ୟଟକମାନଙ୍କୁ ବାରଣ କରିଥାଏ। ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା। ଏହି ୩ ମାସ ଭିତରକନିକା ଭିତରେ ବୋଟ ଚଳାଚଳ କରିବ ନାହିଁ କାରଣ ବୋଟ ଚଳାଚଳ କରିବା ଦ୍ବାରା କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟାରେ ବାଧା ସୃଷ୍ଟି ହୋଇଥାଏ। କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟା ପରେ ମା’ କୁମ୍ଭୀରମାନେ ଅଣ୍ଡାଦାନ କରିଥାନ୍ତି। ଅଣ୍ଡାଦାନ କରିବା ପରେ ଛୁଆ ଫୁଟିବା ଯାଏଁ ଅଣ୍ଡା ଦେଇଥିବା ବସାକୁ ଜଗି ରହିଥାନ୍ତି ମା’କୁମ୍ଭୀର।

ଅଣ୍ଡାଦାନ ପରେ ମା’ କୁମ୍ଭୀରମାନେ ଅଧିକ ହିଂସ୍ର ହେବା ସହ ଆକ୍ରମଣ କରିବାର ସମ୍ଭାବନା ଥାଏ। ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ତିନିମାସ ଭିତରକନିକା ବନ୍ଦ ରହିଥାଏ। ଅନ୍ୟପଟେ ଭିତରକନିକା ସଂଲଗ୍ନ ନଦୀକୂଳିଆ ଗ୍ରାମବାସୀ ସତର୍କତାର ସହିତ ନଦୀରେ ଚଳପ୍ରଚଳ ହେବା ପାଇଁ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ। ତେବେ ଆସନ୍ତା ଅଗଷ୍ଟ ୧ ତାରିଖରେ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲିବା ନେଇ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ।

Leave A Reply

Your email address will not be published.