ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ

ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

0

ଭୁବନେଶ୍ବର:ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ) ଘୋଷଣା କରିଛି ଯେ ୨୦୨୫ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳାଫଳ ଆସନ୍ତାକାଲି ଅର୍ଥାତ୍ ମେ ୨ ତାରିଖରେ ପ୍ରକାଶ ପାଇବ। ଏହି ରେଜଲ୍ଟ ଅପରାହ୍ନ ୪ଟାରେ କଟକସ୍ଥିତ ବିଏସ୍‌ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପ୍ରକାଶ କରାଯିବ। ଏହା ପରେ, ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀମାନେ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ଏବଂ www.orissaresults.nic.in ରେ ସେମାନଙ୍କର ଫଳାଫଳ ଦେଖିପାରିବେ।

ଚଳିତ ବର୍ଷ ଫେବ୍ରୁଆରୀ ୨୧ ତାରିଖରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ରାଜ୍ୟରେ ହୋଇଥିବା ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୫ ଲକ୍ଷ ୨୨ ହଜାର ୩୩୬ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ୩୦ ଜିଲ୍ଲାରେ ୩୧୩୩ ପରୀକ୍ଷା କେନ୍ଦ୍ର ସହ ୩୧୪ଟି ନୋଡାଲ୍‌ ସେଣ୍ଟର ବ୍ୟବସ୍ଥା କରାଯାଇଥିଲା। ସବୁ ସେଣ୍ଟରରେ ସିସିଟିଭି ଲାଗିଥିଲା। କପି ରୋକିବା ପାଇଁ ୪ ସ୍ତରୀୟ ସ୍କ୍ବାର୍ଡ ବ୍ୟବସ୍ଥା ହୋଇଥିଲା ।
ଛାତ୍ରଛାତ୍ରୀ ଏବଂ ଅଭିଭାବକମାନଙ୍କୁ ପରାମର୍ଶ ଦିଆଯାଉଛି ଯେ ସେମାନେ ଅଫିସିଆଲ ୱେବସାଇଟ୍‌ରୁ ହିଁ ଫଳାଫଳ ଯାଞ୍ଚ କରନ୍ତୁ ଏବଂ କୌଣସି ଅଣଅଧିକାରିକ ଉତ୍ସ ଉପରେ ନିର୍ଭର ନ କରନ୍ତୁ।

Leave A Reply

Your email address will not be published.