ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ପ୍ରକାଶ ପାଇଲା ମାଟ୍ରିକ୍ ପରୀକ୍ଷା ଫଳ

0

କଟକ: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। ମାଧ୍ୟମିକ ବୋର୍ଡ ଅଫିସରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଉପସ୍ଥିତିରେ ଚଳିତ ବର୍ଷର ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ ପାଇଛି। ବୋର୍ଡ ଅଫିସରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ଗଣଶିକ୍ଷାମନ୍ତ୍ରୀ।

ଚଳିତ ମାଟ୍ରିକ୍ ରେଜଲ୍ଟରେ ଛାତ୍ରୀ ବାଜିମାରିନେଇଛନ୍ତି। ପାସ୍ ହାର ୯୪.୯୩ ପ୍ରତିଶତ ଥିବାବେଳେ ଛାତ୍ରୀଙ୍କ ପାସ୍ ହାର ୯୬ ପ୍ରତିଶତ ରହିଛି। ପୁଅଙ୍କ ପାସ୍ ହାର ୯୪ ପ୍ରତିଶତ ରହିଛି। ଗତ ବର୍ଷ ତୁଳନାରେ ଚଳିତ ବର୍ଷ ପାସ୍ ହାର କମିଛି। ଗତ ବର୍ଷ ପାସ୍ ହାର ୯୬.୨୭ ପ୍ରତିଶତ ଥିଲା। ଏ୧ରେ ୧୮୧୨, ଏ୨ରେ ୧୨,୨୦୦ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଥିବାବେଳେ ବି୧ରେ ୩୮,୮୩୧ ଏବଂ ବି୨ରେ ୮୪,୯୭୧ ଛାତ୍ରଛାତ୍ରୀ ପାସ୍ ହୋଇଛନ୍ତି। ୧୭ ହଜାର ୩୮୪ ଛାତ୍ରଛାତ୍ରୀ ଫେଲ୍‌ ହୋଇଛନ୍ତି। ୩୨୭୩ ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଥିବାବେଳେ କୌଣସି ସ୍କୁଲରେ ନିଲ୍‌ ରେଜଲ୍ଟ ହୋଇନାହିଁ।

ଗଜପତି ଜିଲ୍ଲାରେ ସର୍ବାଧିକ ପାସ ହାର ରହିଥିବା ବେଳେ କୋରାପୁଟରେ ସର୍ବନିମ୍ନ ପାସ ହାର ରହିଛି। ବୋର୍ଡର ଅଫିସିଆଲ ୱେବସାଇଟ୍‌ www.bseodisha.ac.inରେ ସନ୍ଧ୍ୟା ୬ ଟା ପରଠୁ ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ ଦେଖିପାରିବେ। ନିଜ ରୋଲ ନମ୍ବର ଓ ଜନ୍ମ ତାରିଖ ଦେଇ ପରୀକ୍ଷାର୍ଥୀ ରେଜଲ୍ଟ ଯାଞ୍ଚ କରିପାରିବେ। ଏହାଛଡା ଏସଏମଏସ ମାଧ୍ୟମରେ ମଧ୍ୟ ପରୀକ୍ଷାର୍ଥୀ ସେମାନଙ୍କ ଫଳ ଦେଖିପାରିବେ।

Leave A Reply

Your email address will not be published.