ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ସୋଆରେ ଗ୍ରୀଷ୍ମକାଳୀନ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

0

ଭୁବନେଶ୍ୱର, ମଇ ୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଆନୁକୂଲ୍ୟରେ ଏକ ଗ୍ରୀଷ୍ମକାଳୀନ କ୍ରୀଡା ପ୍ରଶିକ୍ଷଣ ଶିବିର ବୁଧବାର ଏଠାରେ ଉଦ୍‌ଯାପିତ ହୋଇଯାଇଛି। ଗତ ୨୧ ତାରିଖରୁ ୮ ଟି ବିଭିନ୍ନ କ୍ରୀଡ଼ା (କ୍ରିକେଟ୍‌, ଭଲିବଲ, ବାସ୍କେଟବଲ, ଟେନିସ୍‌, ଟେବୁଲ ଟେନିସ୍‌, ଖୋ ଖୋ, କବାଡି ଓ ଚେସ୍‌)କୁ ନେଇ ଏହି ଶିବିର ଆୟୋଜିତ ହୋଇଥିଲା। ଏଥିରେ ବିଭିନ୍ନ ବିଦ୍ୟାଳୟରୁ ୨୫୦ ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ। ପ୍ରତ୍ୟେକ କ୍ରୀଡା ପ୍ରଶିକ୍ଷଣରେ ଉନ୍ନତ ପ୍ରଦର୍ଶନ କରିଥିବା କୃତି ପ୍ରତିଯୋଗୀ ପୁରସ୍କୃତ ହୋଇଥିଲେ। ଛାତ୍ରଛାତ୍ରୀଙ୍କୁ ଟି–ସାର୍ଟ ଏବଂ ସ୍ୱତନ୍ତ୍ର ଉପହାର ପ୍ରଦାନ କରାଯାଇଥିଲା।

ଉଦ୍‌ଯାପନୀ ଉତ୍ସବରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଏବଂ କ୍ରିକେଟର ଶାନ୍ତନୁ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସୋଆ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତିରଂଜନ ଦାସ, କ୍ରୀଡା ଅଧିକାରୀ ଶ୍ରୀମତି ସୁନୀତା ବର୍ମା ଓ ଶ୍ରୀ ପ୍ରିୟମ ମଲ୍ଲିକ ପ୍ରମୁଖ ଉପସ୍ଥିତ ରହି କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ।

Leave A Reply

Your email address will not be published.