ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ନକ୍ସଲ ନିହତ

0

ନବରଙ୍ଗପୁର: ପୁଣି ନକ୍ସଲ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଶୁକ୍ରବାର ନବରଙ୍ଗପୁର ଜିଲ୍ଲା ରାଇଘର ସୀମାନ୍ତ ଛତିଶଗଡ଼ର ଗରିଆବନ୍ଦ ଜଙ୍ଗଲରେ ବଡ଼ ଧରଣର ନକ୍ସଲ ଏନକାଉଣ୍ଟର ହୋଇଥିବା ଜଣାପଡ଼ିଛି। ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଥିବା ଜଣାପଡିଛି। ଘଟଣାସ୍ଥଳରୁ ଏସଏଲଆର୍ ଅସ୍ତ୍ରଶସ୍ତ୍ର ଏବଂ କିଛି ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି।

ଏନେଇ ଗରିଆବନ୍ଦ ଏସପି ଆନୁଷ୍ଠାନିକ ଭାବରେ ଏନକାଉଣ୍ଟରକୁ ନିଶ୍ଚିତ କରିଛନ୍ତି। ସେ କହିଛନ୍ତି ଯେ, ଜଙ୍ଗଲରେ ଏକ ସର୍ଚ୍ଚ ଅପରେସନ୍ ସମୟରେ ନକ୍ସଲମାନେ ପ୍ରଥମେ ଗୁଳି ଚଳାଇଲେ, ସୈନିକମାନେ ମଧ୍ୟ ପାଲଟା ଜବାବ ଦେଲେ। ଏଥିରେ ଜଣେ ନକ୍ସଲ ନିହତ ହୋଇଥିବାବେଳେ, ଅନ୍ୟମାନେ ଖସି ପଳାଇବାରେ ସଫଳ ହୋଇଛନ୍ତି। ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି। ଉକ୍ତ ଅଞ୍ଚଳରେ ଏବେବି ସର୍ଚ୍ଚ ଅପରେସନ ଜାରି ରହିଛି।

Leave A Reply

Your email address will not be published.