ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଶ୍ରୀମନ୍ଦିର ସବୁ ସେବାୟତ ନିଯୋଗକୁ ନୋଟିସ

0

ପୁରୀ: ଶ୍ରୀମନ୍ଦିରର ସମସ୍ତ ସେବାୟତ ନିଯୋଗ ସଭାପତି ଓ ସମ୍ପାଦକଙ୍କୁ ନୋଟିସ ଜାରି କରାଯାଇଛି। ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ପକ୍ଷରୁ ଏହି ନୋଟିସ ଜାରି ହୋଇଛି। ଦୀଘାରେ ନିର୍ମିତ ଶ୍ରୀଜଗନ୍ନାଥଙ୍କ ମନ୍ଦିର ନେଇ ଦ୍ୱନ୍ଦାତ୍ମକ ତଥ୍ୟ ପାଇଁ ନୋଟିସ କରାଯାଇଛି। କାଲି ଅପରାହ୍ନ ୫ଟା ସୁଦ୍ଧା ଲିଖିତ ଭାବେ ଜଣାଇବାକୁ ନିର୍ଦ୍ଦେଶ।
ଦୀଘା ଜଗନ୍ନାଥ ମନ୍ଦିରକୁ ଦାରୁ ନେଇଯିବା ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୈଠକ ହୋଇଛି। ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଛି। ଶ୍ରୀ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କର ବାଡଗ୍ରାହୀ ମାନେ ବୈଠକରେ ସାମିଲ୍ ଅଛନ୍ତି। ଆଜି ସମସ୍ତ ସେବାୟତ ନିଯୋଗର ସଭାପତି ଓ ସମ୍ପାଦକଙ୍କୁ ନୋଟିସ୍ କରିଛନ୍ତି ଶ୍ରୀମନ୍ଦିର ନୀତି ପ୍ରଶାସକ।

ଏହି ପ୍ରସଙ୍ଗରେ ଆସନ୍ତାକାଲି ସୁଦ୍ଧା ଲିଖିତ ଉତ୍ତର ରଖିବାକୁ ନୋଟିସ୍ ହୋଇ କାଲି ସନ୍ଧ୍ୟା ୫ଟା ସୁଦ୍ଧା ଲିଖିତ ଭାବେ ଜବାବ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ଏ ପ୍ରସଙ୍ଗରେ ପୁରୀ ଗଜପତି ମହାରାଜାଙ୍କୁ ଚିଠି ଲେଖି ହସ୍ତକ୍ଷେପ କରିବାକୁ ନିବେଦନ କରିଥିଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ଏହାର ଉତ୍ତର ମଧ୍ୟ ଗଜପତି ମହାରାଜା ରଖିଛନ୍ତି।

Leave A Reply

Your email address will not be published.