ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ଶ୍ରୀମନ୍ଦିର ସବୁ ସେବାୟତ ନିଯୋଗକୁ ନୋଟିସ

0

ପୁରୀ: ଶ୍ରୀମନ୍ଦିରର ସମସ୍ତ ସେବାୟତ ନିଯୋଗ ସଭାପତି ଓ ସମ୍ପାଦକଙ୍କୁ ନୋଟିସ ଜାରି କରାଯାଇଛି। ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ପକ୍ଷରୁ ଏହି ନୋଟିସ ଜାରି ହୋଇଛି। ଦୀଘାରେ ନିର୍ମିତ ଶ୍ରୀଜଗନ୍ନାଥଙ୍କ ମନ୍ଦିର ନେଇ ଦ୍ୱନ୍ଦାତ୍ମକ ତଥ୍ୟ ପାଇଁ ନୋଟିସ କରାଯାଇଛି। କାଲି ଅପରାହ୍ନ ୫ଟା ସୁଦ୍ଧା ଲିଖିତ ଭାବେ ଜଣାଇବାକୁ ନିର୍ଦ୍ଦେଶ।
ଦୀଘା ଜଗନ୍ନାଥ ମନ୍ଦିରକୁ ଦାରୁ ନେଇଯିବା ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୈଠକ ହୋଇଛି। ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଛି। ଶ୍ରୀ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କର ବାଡଗ୍ରାହୀ ମାନେ ବୈଠକରେ ସାମିଲ୍ ଅଛନ୍ତି। ଆଜି ସମସ୍ତ ସେବାୟତ ନିଯୋଗର ସଭାପତି ଓ ସମ୍ପାଦକଙ୍କୁ ନୋଟିସ୍ କରିଛନ୍ତି ଶ୍ରୀମନ୍ଦିର ନୀତି ପ୍ରଶାସକ।

ଏହି ପ୍ରସଙ୍ଗରେ ଆସନ୍ତାକାଲି ସୁଦ୍ଧା ଲିଖିତ ଉତ୍ତର ରଖିବାକୁ ନୋଟିସ୍ ହୋଇ କାଲି ସନ୍ଧ୍ୟା ୫ଟା ସୁଦ୍ଧା ଲିଖିତ ଭାବେ ଜବାବ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ଏ ପ୍ରସଙ୍ଗରେ ପୁରୀ ଗଜପତି ମହାରାଜାଙ୍କୁ ଚିଠି ଲେଖି ହସ୍ତକ୍ଷେପ କରିବାକୁ ନିବେଦନ କରିଥିଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ଏହାର ଉତ୍ତର ମଧ୍ୟ ଗଜପତି ମହାରାଜା ରଖିଛନ୍ତି।

Leave A Reply

Your email address will not be published.