ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ଉଜ୍ଜୈନ ମହାକାଳେଶ୍ୱର ମନ୍ଦିରରେ ଅଗ୍ନିକାଣ୍ଡ

0

ଉଜ୍ଜୈନ: ବାବା ମହାକାଳେଶ୍ୱର ମନ୍ଦିରରେ ଘଟିଛି ଏକ ଅଘଟଣ। ଉଜ୍ଜୈନରେ ସ୍ଥିତ ବିଶ୍ୱ ପ୍ରସିଦ୍ଧ ବାବା ମହାକାଳେଶ୍ୱର ମନ୍ଦିରର ଶଙ୍ଖ ଦ୍ୱାରରେ ହଠାତ୍‌ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବା ପରେ ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ ଧୂଆଁ ଦେଖାଯାଇଛି। ନିଆଁ ଲାଗିବା ନେଇ ଖବର ପାଇବା ମାତ୍ରେ ଦମକଳ କର୍ମଚାରୀ ଘଟଣାସ୍ଥଳରେ ୩ଟି ଗାଡି ସହ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ମିଳିଥିବା ପ୍ରାଥମିକ ସୂଚନାନୁଯାୟୀ, ମନ୍ଦିର ପରିସରରେ ସିସିଟିଭି କଣ୍ଟ୍ରୋଲ୍‌ ରୁମ୍‌ର ଉପରେ ରଖାଯାଇଥିବା ବ୍ୟାରେଟରୀରୁ ନିଆଁ ଲାଗିଛି। ଏହି ଅଗ୍ନିକାଣ୍ଡରେ କେହି ଆହତ ହୋଇନଥିବା ଜଣାପଡିଛି। ମହାକାଳ ମନ୍ଦିରର କିଛି ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଦେଖିଛନ୍ତି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.