ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ନର୍ସମାନଙ୍କ ସେବା ଯୋଗୁ ହିଁ ରୋଗୀ ସୁସ୍ଥ ହୋଇଥାନ୍ତି

0

ଭୁବନେଶ୍ୱର, ମଇ ୫: ଡାକ୍ତରମାନେ ରୋଗୀଙ୍କର ଚିକିତ୍ସା କରୁଥିବା ବେଳେ ସେମାନଙ୍କର ସେବା ଓ ଯତ୍ନ ସେବିକାମାନେ ହିଁ କରିଥାନ୍ତି। ସେମାନେ ରୋଗୀଙ୍କ ପାଖରେ ଦିନରାତି ରହି ସେମାନଙ୍କୁ ସୁସ୍ଥ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି। ତେଣୁ ଜଣେ ରୋଗୀ ସୁସ୍ଥ ହେବାରେ ନର୍ସମାନଙ୍କର ଭୂମିକା ଅନେକ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ପଦ୍ମଶ୍ରୀ ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ ଆଣ୍ଡ ସମ ହସ୍ପିଟାଲ୍ ପକ୍ଷରୁ ଆନ୍ତର୍ଜାତିକ ସେବିକା ସପ୍ତାହ-୨୦୨୫ ପାଳନ ଅବସରରେ ସୋଆର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ତଥା ପୂର୍ବତନ କୁଳପତି ଏବଂ ନିକଟରେ ରାଷ୍ଟ୍ରପତିଙ୍କ ଦ୍ୱାରା ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ହୋଇଥିବା ପ୍ରଫେସର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମ୍ ହସ୍ପିଟାଲର ଉତମ ରୋଗୀ ସେବାରେ ନର୍ସ ମାନଙ୍କ ଭୂମିକାର ଉଚ୍ଚ ପ୍ରଶଂସା କରିଥିଲେ।

ଏହି ଅବସରରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନର୍ସମାନଙ୍କୁ ସଶକ୍ତ କରିବା, ସଚେତନ କରିବା, ସମସ୍ୟାର ସମାଧାନ କରିବା ଏବଂ ସେମାନଙ୍କୁ ଚାପମୁକ୍ତ କରିବା ନିମନ୍ତେ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ବୋଲି କହିଥିଲେ।

ଏହି କାର୍ଯ୍ୟକ୍ରମରେ ଓଲିଉଡ୍ ଅଭିନେତ୍ରୀ ଭୂମିକା ଦାସ ଏବଂ ସାମାଜିକ କର୍ମୀ ସୁଶ୍ରୀ ଆରତୀ ଦେବୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ରାଷ୍ଟ୍ର ଗଠନରେ ନର୍ସମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିବା ସହ ନିଜ ପରିବାରକୁ ପଛରେ ପକାଇ ରୋଗୀଙ୍କ ସେବା କ୍ଷେତ୍ରରେ ନର୍ସମାନଙ୍କର କାର୍ଯ୍ୟ ପ୍ରଶଂସନୀୟ ଏବଂ ଅତୁଳନୀୟ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ନର୍ସିଂ ସୁପରିଟେଣ୍ଡେଂଟ ଶ୍ରୀମତି ମୀନତି ମିଶ୍ର ସ୍ୱାଗତ ଭାଷଣ ଦେଇଥିବା ବେଳେ ଆଡିସ୍‌ନାଲ୍ ନର୍ସିଂ ସୁପରିଟେଣ୍ଡେଂଟ ଶ୍ରୀମତି ଶୋଭାମଞ୍ଜରୀ ସାମଲ ଧନ୍ୟବାଦ ଅର୍ପଣ କରିଥିଲେ।

Leave A Reply

Your email address will not be published.