ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ନାମଫଳକରୁ ହଟିଲା ଜଗନ୍ନାଥ ଧାମ ନାମ

0

ଭୁବନେଶ୍ବର: ଥମୁନି ଦୀଘା ଜଗନ୍ନାଥ ମନ୍ଦିର ନିର୍ମାଣ ବିବାଦ। ପଶ୍ଚିମବଙ୍ଗ ସରକାର ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣ କରିବା ପରେ ଏହା କୋଟି କୋଟି ଓଡ଼ିଆଙ୍କ ଭାବାବେଗକୁ ବ୍ୟଥିତ କରିଛି। ସବୁଆଡୁ ବିରୋଧର ସୁଅ ଛୁଟୁଛି। ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଲାଗି ରହିଥିବାବେଳେ ସୋମବାର ମନ୍ଦିର ସମ୍ମୁଖରୁ ହଟାଇ ଦିଆଯାଇଛି ‘ଜଗନ୍ନାଥ ଧାମ’ ଫଳକ। ଜଗନ୍ନାଥପ୍ରେମୀଙ୍କ ତୀବ୍ର ବିରୋଧ ପରେ ଶେଷରେ ଦୀଘା ଜଗନ୍ନାଥ ମନ୍ଦିର ସମ୍ମୁଖରେ ‘ଜଗନ୍ନାଥ ଧାମ’ ଲେଖାଥିବା ସେଲ୍‌ଫି ପଏଣ୍ଟକୁ ପଶ୍ଚିମବଙ୍ଗ ସରକାର ହଟାଇ ଦେଇଛନ୍ତି। ଏନେଇ ‘ଏକ୍ସ’ ମାଧ୍ୟମରେ ସୂଚନା ଦେଇଛନ୍ତି ବିଜେପି ମିଡିଆ ସେଲ୍‌ ଅଧ୍ୟକ୍ଷ ଅମିତ ମାଲବ୍ୟ।

ଏପଟେ ଦୀଘା ଦାରୁ ଦିଅଁ ବିବାଦରେ ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ରଙ୍କ ବିରୋଧରେ କଣ ହେବ କାର୍ଯ୍ୟାନୁଷ୍ଠାନ ? ଜେରା ପରେ ଆସନ୍ତା ୭ ଦିନ ଭିତରେ କୈଫିୟତ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଉତ୍ତର ସନ୍ତୋଷଜନକ ନହେଲେ ଶ୍ରୀମନ୍ଦିର ଆଇନ୍ ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ନିର୍ଦ୍ଦେଶନାମାରେ ଦର୍ଶାଇଛନ୍ତି। ମହାପ୍ରଭୁଙ୍କ ଅଗଣିତ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ବିଭ୍ରାନ୍ତ କରିବା ଏବଂ ଶ୍ରୀମନ୍ଦିର ଗରିମାକୁ କ୍ଷୁର୍ଣ୍ଣ ଅଭିଯୋଗରେ ରାମକୃଷ୍ଣଙ୍କୁ କୈଫିୟତ୍ ତଲବ କରାଯାଇଛି। ୭ ଦିନ ଭିତରେ ସନ୍ତୋଷଜନକ ଉତ୍ତର ନମିଳିଲେ ଶ୍ରୀଜଗନ୍ନାଥ ମନ୍ଦିର ଆଇନ-୧୯୫୫ ଅନୁଯାୟୀ ଦୃଢ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୋଟିସରେ କୁହାଯାଇଛି।

Leave A Reply

Your email address will not be published.