ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷାଫଳ

0

ଭୁବବନେଶ୍ବର: ଓଡ଼ିଶା ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାଫଳ ଚଳିତ ମାସ ୬ ତାରିଖରେ ପ୍ରକାଶ ପାଇବ ବୋଲି ଶନିବାର ଏକ ଗୁଜବ ସୃଷ୍ଟି ହୋଇଥିଲା। ତେବେ ସିଏଚ୍‌ଏସ୍‌ଇ ପରୀକ୍ଷା ନିୟନ୍ତ୍ରକ ଡ. ପ୍ରଶାନ୍ତ ପରିଡ଼ା ଏନେଇ ସ୍ପଷ୍ଟୀକରଣ ରଖିଛନ୍ତି। ଡ. ପରିଡ଼ା କହିଛନ୍ତି, ସୋସିଆଲ ମିଡିଆରେ ଏକ ଫେକ୍‌ ଡ୍ରାଫ୍ଟ ଘୂରିବୁଲୁଛି। ଏହାକୁ ଛାତ୍ରଛାତ୍ରୀ କିମ୍ବା ଅଭିଭାବକ ଧ୍ୟାନ ଦିଅନ୍ତୁ ନାହିଁ। ମେ’ ମାସ ତୃତୀୟ ସପ୍ତାହରେ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ସେ ସୂଚନା ଦେଇଛନ୍ତି।

ତେବେ ଯୁକ୍ତ୨ ପରୀକ୍ଷା ସମାପ୍ତ ହେବାର ୪୫ ଦିନ ମଧ୍ୟରେ ପରୀକ୍ଷାଫଳ ପ୍ରକାଶ ପାଇବା ନେଇ ପରିଷଦ ସ୍ଥିର କରିଥିଲା। ମାତ୍ର ଖରା କାରଣରୁ ଖାତାଦେଖାରେ କିଛିମାତ୍ରାରେ ବିଳମ୍ବ ହୋଇଥିବା ସେ କହିଛନ୍ତି। ସୂଚନାଥାଉ କି, ଫେବୃଆରୀ ୧୮ରୁ ମାର୍ଚ୍ଚ ୨୭ ଯାଏ ଯୁକ୍ତ ୨ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ୧୨୭୬ ସେଣ୍ଟରରେ ୩,୯୩,୬୧୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

Leave A Reply

Your email address will not be published.