ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ପୁରୀ ବିମାନବନ୍ଦର ପାଇଁ ମିଳିଲା କେନ୍ଦ୍ର ସରକାରଙ୍କ ମଞ୍ଜୁରୀ

0

ନୂଆଦିଲ୍ଲୀ: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି। ଏହି ବିମାନ ବନ୍ଦର ହେବା ଫଳରେ ଭାରତର ପ୍ରମୁଖ ସହରକୁ ସିଧାସଳଖ ଯୋଗାଯୋଗ ବୃଦ୍ଧି ହେବ। ଏଥିସହିତ ପୁରୀ ଏବଂ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ ମାଇଲ୍‌ ଖୁଣ୍ଟ ସୃଷ୍ଟି ହେବ।

ସୂଚନାଯୋଗ୍ୟ ଯେ, ଶ୍ରୀଜଗନ୍ନାଥ ବିମାନ ବନ୍ଦର ନାମରେ ନାମିତ ଏହି ମହତ୍ୱାକାଂକ୍ଷୀ ଭିତ୍ତିଭୂମି ପ୍ରକଳ୍ପଟି ୫,୬୩୧ କୋଟି ଟଙ୍କା ମୂଲ୍ୟରେ ୧,୧୬୪ ଏକର ଜମିରେ ବିକଶିତ ହେବ। ଏହି ନିର୍ମାଣ କାର୍ଯ୍ୟ ୩ଟି ପର୍ଯ୍ୟାୟରେ ହେବାକୁ ଯାଉଥିବା ବେଳେ ଏହା ସମ୍ପୂର୍ଣ୍ଣ ହେବା ପରେ ବାର୍ଷିକ ୪୬ ଲକ୍ଷ ଯାତ୍ରୀଙ୍କ ବିମାନ ଯାତାୟତ ପାଇଁ ସୁବିଧା ପ୍ରଦାନ କରିବ। ଏହି ବିମାନ ବନ୍ଦର ଦ୍ୱାରା ରାଜ୍ୟରେ ଆଞ୍ଚଳିକ ସଂଯୋଗୀକରଣ ବୃଦ୍ଧିହେବା ସହିତ ରାଜ୍ୟରେ ଆର୍ଥିକ ଅଭିବୃଦ୍ଧିକୁ ଏକ ନୂତନ ଗତି ମିଳିବ ଏବଂ ପବିତ୍ର ପୁରୀ ସହର ତୀର୍ଥ ଯାତ୍ରୀ ଓ ପର୍ଯ୍ୟଟକଙ୍କ ପାଇଁ ସୁଗମ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଶା ପ୍ରକାଶ କରିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମ ମୋହନ ନାଇଡୁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି।

Leave A Reply

Your email address will not be published.