ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ଭଦ୍ରକ ବାଣ ଗୋଦାମରେ ବିସ୍ଫୋରଣ

0

ଭଦ୍ରକ: ଭଦ୍ରକରେ ବାଣ ବିସ୍ଫୋରଣ। ଭଦ୍ରକ ପୁରୁଣା ବଜାର ଥାନା ହଳଦୀଡିହ ଛକ ନିକଟରେ ଥିବା ଏକ ବାଣ ଗୋଦାମରେ ମଙ୍ଗଳବାର ବିସ୍ଫୋରଣ ଘଟିଛି। ଏଥିରେ ୧୧ ଜଣ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ପରବର୍ତ୍ତୀ ସମୟରେ ସେମାନଙ୍କ ମଧ୍ୟରୁ ୨ ଗୁରୁତରଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ବେଳେ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ୨ ଗୁରୁତରଙ୍କ ମୃତ୍ୟୁ ଘଟିଛି।

ଘଟଣାସ୍ଥଳରେ ପହଞ୍ଚି ପୋଲିସ ତଦନ୍ତ କରୁଛି। ବିସ୍ଫୋରଣ ଏତେ ଜୋରରେ ହୋଇଥିଲା ଆଖପାଖ ଅଞ୍ଚଳରୁ ଲୋକେ ଧାଇଁ ଆସିଥିଲେ।
ସୂଚନାଯୋଗ୍ୟ, ଭଦ୍ରକ ପୁରୁଣା ବଜାର ଥାନା ହଳଦୀଡିହ ଛକ ନିକଟରେ ଥିବା ଏକ ବାଣ ଗୋଦାମରେ ମଙ୍ଗଳବାର ବିସ୍ଫୋରଣ ଘଟିଥିଲା। ଏଥିରେ ୧୧ ଜଣ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଥିଲା। ସମସ୍ତଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ପରବର୍ତ୍ତୀ ସମୟରେ ସେମାନଙ୍କ ମଧ୍ୟରୁ ୨ ଗୁରୁତରଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

Leave A Reply

Your email address will not be published.