ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଦୁର୍ବୃତ୍ତଙ୍କ ଗୁଳି ମାଡ଼ରେ ମଦ ଦୋକାନ ମାଲିକ ଗୁରୁତର

0

ମୟୁରଭଞ୍ଜ: ମୟୁରଭଞ୍ଜ ଜିଲା ଗୋରୁମହିଷାଣୀ ଥାନା କୁଲେଇଶିଳା ଗ୍ରାମରେ ମଙ୍ଗଳବାର ଗୁଳିକାଣ୍ଡ ଘଟିଛି। ଗୁଳି ମାଡ଼ରେ ଜଣେ ମଦ ଦୋକାନ ମାଲିକ ଗୁରୁତର ଆହତ ହୋଇଛନ୍ତି। ଦୋକାନ ମାଲିକଙ୍କ ଜଙ୍ଘରେ ୨ଟି ଗୁଳି ବାଜିଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ମୁତାବକ, ୩ଜଣ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି କୁଲେଇଶିଳାରେ ଥିବା ଏକ ବିଦେଶୀ ମଦ ଦୋକାନରେ ପହଞ୍ଚି ଥିଲେ। ପରେ ସେମାନେ ଦୋକାନ ମାଲିକ ସବ୍ୟସାଚ୍ଚୀ ମହାନ୍ତିଙ୍କୁ ବନ୍ଧୁକ ଦେଖାଇ ଟଙ୍କା ଓ ମଦ ମାଗିଥିଲେ। ହେଲେ ଦୋକାନ ମାଲିକ ନ ଦେବାରୁ ତାଙ୍କ ଉପରକୁ ଦୁଇ ରାଉଣ୍ଡ ଗୁଳି ଫୁଟାଇଥିଲେ। ଫଳରେ ୨ଟି ଗୁଳି ତାଙ୍କ ଜ୍ଞରେ ବାଜିଥିଲେ। ଗୁଳିକାଣ୍ଡ ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ ଦୁର୍ବୃତ୍ତମାନଙ୍କୁ ଧରିବା ପାଇଁ ଛାନ୍‌ଭିନ୍‌ ଆରମ୍ଭ କରିଛି।

Leave A Reply

Your email address will not be published.