ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ଦୁର୍ବୃତ୍ତଙ୍କ ଗୁଳି ମାଡ଼ରେ ମଦ ଦୋକାନ ମାଲିକ ଗୁରୁତର

0

ମୟୁରଭଞ୍ଜ: ମୟୁରଭଞ୍ଜ ଜିଲା ଗୋରୁମହିଷାଣୀ ଥାନା କୁଲେଇଶିଳା ଗ୍ରାମରେ ମଙ୍ଗଳବାର ଗୁଳିକାଣ୍ଡ ଘଟିଛି। ଗୁଳି ମାଡ଼ରେ ଜଣେ ମଦ ଦୋକାନ ମାଲିକ ଗୁରୁତର ଆହତ ହୋଇଛନ୍ତି। ଦୋକାନ ମାଲିକଙ୍କ ଜଙ୍ଘରେ ୨ଟି ଗୁଳି ବାଜିଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ମୁତାବକ, ୩ଜଣ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି କୁଲେଇଶିଳାରେ ଥିବା ଏକ ବିଦେଶୀ ମଦ ଦୋକାନରେ ପହଞ୍ଚି ଥିଲେ। ପରେ ସେମାନେ ଦୋକାନ ମାଲିକ ସବ୍ୟସାଚ୍ଚୀ ମହାନ୍ତିଙ୍କୁ ବନ୍ଧୁକ ଦେଖାଇ ଟଙ୍କା ଓ ମଦ ମାଗିଥିଲେ। ହେଲେ ଦୋକାନ ମାଲିକ ନ ଦେବାରୁ ତାଙ୍କ ଉପରକୁ ଦୁଇ ରାଉଣ୍ଡ ଗୁଳି ଫୁଟାଇଥିଲେ। ଫଳରେ ୨ଟି ଗୁଳି ତାଙ୍କ ଜ୍ଞରେ ବାଜିଥିଲେ। ଗୁଳିକାଣ୍ଡ ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ ଦୁର୍ବୃତ୍ତମାନଙ୍କୁ ଧରିବା ପାଇଁ ଛାନ୍‌ଭିନ୍‌ ଆରମ୍ଭ କରିଛି।

Leave A Reply

Your email address will not be published.