ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ପୋଲିସ୍ ଇନ୍‌ଫର୍ମର ସନ୍ଦେହରେ ସରପଞ୍ଚଙ୍କ ଗଳାକାଟି ହତ୍ୟା କଲେ ମାଓବାଦୀ

0

ଛତିଶଗଡ଼: ମାଲଗାନଗିରି ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲାରେ ମାଓବାଦୀଙ୍କ ବର୍ବର କାଣ୍ଡ। ନାୟବ ସରପଞ୍ଚଙ୍କୁ ନିର୍ମମ ହତ୍ୟା କରିଛନ୍ତି ମାଓବାଦୀ । ପୋଲିସ୍ ଇନ୍‌ଫର୍ମର ସନ୍ଦେହରେ ନାୟବ ସରପଞ୍ଚଙ୍କ ଗଳାକାଟି ହତ୍ୟା କରିଛନ୍ତି। ମୃତ ନାୟବ ସରପଞ୍ଚ ଜଣକ ହେଲେ ତାରଲାବେଡ଼ା ପଞ୍ଚାୟତର ମୁଚାକି ରାମା । ହତ୍ୟା ପରେ ଉକ୍ତ ଅଞ୍ଚଳରେ ପୋଲିସ ପକ୍ଷରୁ କମ୍ବିଂ ଅପରେସନ୍କୁ ଜୋରଦାର କରାଯାଇଛି।

ନକ୍ସଲଙ୍କୁ ସମ୍ପୂର୍ଣ୍ଣ ସଫା କରିବା ପାଇଁ ସୀମାନ୍ତ ଛତିଶଗଡରେ ଅପରେସନକୁ ଜୋରଦାର କରାଯାଇଛି। ଏହି ଅପରେସନକୁ ମୁଖ୍ୟମନ୍ତ୍ରୀଙ୍କ ସହ ଗୃହମନ୍ତ୍ରୀ ଏବଂ ପୋଲିସର ଉଚ୍ଚ ପଦାଧିକାରୀ ନଜର ରଖିଆସୁଛନ୍ତି। ଏହି କ୍ରମରେ ପୁଣି ସୀମାନ୍ତ ଛତିଶଗଡରେ ମାଓବାଦୀ ମାନେ ତାଙ୍କ ଘୃଣ୍ୟ କାର୍ଯ୍ୟକଳାପ ଆରମ୍ଭ କରିଦେଇଛନ୍ତି। ଗତକାଲି (ସୋମବାର) ସକାଳେ କାରେଗୁଟ୍ଟା ଜଙ୍ଗଲରେ ଦୁଇ ଏସଟିଏଫ ଯବାନ ପ୍ରେସର ବୋମାର ଶିକାର ହୋଇଥିଲେ। ତୁରନ୍ତ ଜଙ୍ଗଲ ଉପରେ ବୁଲୁଥିବା ହେଲିକପ୍ଟର ସାହାଯ୍ୟରେ ଦୁଇ ଯବାନଙ୍କୁ ବିଜାପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା।

Leave A Reply

Your email address will not be published.