ପ୍ରମୁଖ ଖବର

କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ
ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ
ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମଙ୍ଗଳବାର ରାତିରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବାତ୍ୟା ମୋନ୍ଥା
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି
ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା
ବାତ୍ୟା ଡ୍ୟୁଟି ବେଳେ ଯୋଗାଣ ସହାୟକଙ୍କ ମୃତ୍ୟୁ
ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି

ଅର୍ଦ୍ଧସାମରିକ ବାହିନୀର ଛୁଟି ବାତିଲ୍‌

0

ନୂଆଦିଲ୍ଲୀ; ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ କରାଯାଇଛି। ଯଦି କିଛି ପରିସ୍ଥିତି ଉତ୍ପନ୍ନ ହୁଏ ସାମ୍ନା ପାଇଁ ଛୁଟି ବାତିଲ କରାଯାଇଛି ବୋଲି ଗୃହ ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ଜମ୍ମୁ- କାଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପ୍ରତିଶୋଧମୂଳକ ଆକ୍ସନ ସ୍ୱରୂପ ଭାରତ ନେଇଛି ବଡ ବଦଲା। ରାତାରାତି ବିନା ସୂଚନାରେ ପାକିସ୍ତାନ ଉପରେ କରିଛି ଏୟାର ଷ୍ଟ୍ରାଇକ୍।
ସିନ୍ଦୂର ଅପରେସନ୍ ଅନ୍ତର୍ଗତ ଭାରତର ରାତିସାରା ସୀମା ପାର ଆକ୍ରମଣ ପରେ ଗୃହମନ୍ତ୍ରୀ ଅମିତ ଶାହ ସମସ୍ତ ଅର୍ଦ୍ଧସାମରିକ ବାହିନୀ ମୁଖ୍ୟଙ୍କୁ ବର୍ତ୍ତମାନ ଛୁଟିରେ ଥିବା ଯବାନମାନଙ୍କୁ ଫେରାଇ ଆଣିବା ସହ ସେମାନେ ତୁରନ୍ତ କାର୍ଯ୍ୟରେ ଯୋଗ ଦିଅନ୍ତୁ ବୋଲି ନିର୍ଦ୍ଦେଶ ଦେଇଛନ୍ତି। ପାକିସ୍ତାନ ସୀମାରେ ଉତ୍ତେଜନା ବୃଦ୍ଧି ପାଇବା ମଧ୍ୟରେ ଏହି ପଦକ୍ଷେପ ପ୍ରସ୍ତୁତିର ଏକ ଉଚ୍ଚତର ସ୍ଥିତିକୁ ସୂଚିତ କରୁଛି।

କେନ୍ଦ୍ରମନ୍ତ୍ରୀ ଅମିତ୍ ଶାହ ଜମ୍ମୁ- କାଶ୍ମୀରର ଲିଉଣ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ଓ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ସହ ଯୋଗାଯୋଗରେ ଅଛନ୍ତି। ଭୟଙ୍କର ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ସୀମା ନିକଟବର୍ତୀ ଅଂଚଳରେ ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜରୁରୀ ପରିସ୍ଥିତି ସମୟରେ ଲୋକଙ୍କ ରହିବା ପାଇଁ ସୁରକ୍ଷିତ ସ୍ଥାନ ଭାବେ ବଙ୍କର ପ୍ରସ୍ତୁତ କରିବା ପାଇଁ ଅଧିକାରୀଙ୍କୁ କହିଛନ୍ତି। ସିଏପିଏଫର ମୁଖ୍ୟଙ୍କୁ ଚିଠି ଲେଖି ଛୁଟିରେ ଥିବା ସେନା ଯବାନଙ୍କୁ ତୁରନ୍ତ କାର୍ଯ୍ୟସ୍ଥଳୀକୁ ଫେରିବାକୁ ନିର୍ଦ୍ଦେଶ ଦେବାକୁ କହିଛନ୍ତି। କେନ୍ଦ୍ରମନ୍ତ୍ରୀ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ଉପରେ ନଜର ରଖିଛନ୍ତି।

Leave A Reply

Your email address will not be published.