ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଅର୍ଦ୍ଧସାମରିକ ବାହିନୀର ଛୁଟି ବାତିଲ୍‌

0

ନୂଆଦିଲ୍ଲୀ; ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ କରାଯାଇଛି। ଯଦି କିଛି ପରିସ୍ଥିତି ଉତ୍ପନ୍ନ ହୁଏ ସାମ୍ନା ପାଇଁ ଛୁଟି ବାତିଲ କରାଯାଇଛି ବୋଲି ଗୃହ ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ଜମ୍ମୁ- କାଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପ୍ରତିଶୋଧମୂଳକ ଆକ୍ସନ ସ୍ୱରୂପ ଭାରତ ନେଇଛି ବଡ ବଦଲା। ରାତାରାତି ବିନା ସୂଚନାରେ ପାକିସ୍ତାନ ଉପରେ କରିଛି ଏୟାର ଷ୍ଟ୍ରାଇକ୍।
ସିନ୍ଦୂର ଅପରେସନ୍ ଅନ୍ତର୍ଗତ ଭାରତର ରାତିସାରା ସୀମା ପାର ଆକ୍ରମଣ ପରେ ଗୃହମନ୍ତ୍ରୀ ଅମିତ ଶାହ ସମସ୍ତ ଅର୍ଦ୍ଧସାମରିକ ବାହିନୀ ମୁଖ୍ୟଙ୍କୁ ବର୍ତ୍ତମାନ ଛୁଟିରେ ଥିବା ଯବାନମାନଙ୍କୁ ଫେରାଇ ଆଣିବା ସହ ସେମାନେ ତୁରନ୍ତ କାର୍ଯ୍ୟରେ ଯୋଗ ଦିଅନ୍ତୁ ବୋଲି ନିର୍ଦ୍ଦେଶ ଦେଇଛନ୍ତି। ପାକିସ୍ତାନ ସୀମାରେ ଉତ୍ତେଜନା ବୃଦ୍ଧି ପାଇବା ମଧ୍ୟରେ ଏହି ପଦକ୍ଷେପ ପ୍ରସ୍ତୁତିର ଏକ ଉଚ୍ଚତର ସ୍ଥିତିକୁ ସୂଚିତ କରୁଛି।

କେନ୍ଦ୍ରମନ୍ତ୍ରୀ ଅମିତ୍ ଶାହ ଜମ୍ମୁ- କାଶ୍ମୀରର ଲିଉଣ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ଓ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ସହ ଯୋଗାଯୋଗରେ ଅଛନ୍ତି। ଭୟଙ୍କର ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ସୀମା ନିକଟବର୍ତୀ ଅଂଚଳରେ ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜରୁରୀ ପରିସ୍ଥିତି ସମୟରେ ଲୋକଙ୍କ ରହିବା ପାଇଁ ସୁରକ୍ଷିତ ସ୍ଥାନ ଭାବେ ବଙ୍କର ପ୍ରସ୍ତୁତ କରିବା ପାଇଁ ଅଧିକାରୀଙ୍କୁ କହିଛନ୍ତି। ସିଏପିଏଫର ମୁଖ୍ୟଙ୍କୁ ଚିଠି ଲେଖି ଛୁଟିରେ ଥିବା ସେନା ଯବାନଙ୍କୁ ତୁରନ୍ତ କାର୍ଯ୍ୟସ୍ଥଳୀକୁ ଫେରିବାକୁ ନିର୍ଦ୍ଦେଶ ଦେବାକୁ କହିଛନ୍ତି। କେନ୍ଦ୍ରମନ୍ତ୍ରୀ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ଉପରେ ନଜର ରଖିଛନ୍ତି।

Leave A Reply

Your email address will not be published.